ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ସ୍ପର୍ଶ କରିଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ଏଥର ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ।

monsoon

monsoon Photograph: (sambad.in )

ଭୁବନେଶ୍ବର: ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ସ୍ପର୍ଶ କରିଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ଏଥର ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ। ପାଗ ଅନୁକୂଳ ଥିବାରୁ ଆଜି ଓଡ଼ିଶା ଛୁଇଁଛି ମୌସୁମୀ। ମେ' ୨୪ ତାରିଖରେ କେରଳ ଛୁଇଁଥିଲା ମୌସୁମୀ ବାୟୁ। ସୂଚନାଯୋଗ୍ୟ, ଗତ ବର୍ଷ ଜୁନ୍ ୮ ତାରିଖରେ ଓଡ଼ିଶା ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ।  

ଚଳିତ ଥର ଓଡ଼ିଶାକୁ ମଧ୍ୟ ମୌସୁମୀ ସଅଳ ସ୍ପର୍ଶ କରିବ। ଗୁରୁବାର ସୁଦ୍ଧା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀର ଆଗମନ ହେବ ବୋଲି ପାଣିପାଗ ବିଜ୍ଞାନୀମାନେ କହିଥିଲେ। ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଉପକୂଳସ୍ଥ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହାର ପ୍ରଭାବରେ ସାରା ଓଡ଼ିଶାରେ ମେଘୁଆ ପାଗ ଜାରି ରହିବା ସହ ଅଳ୍ପବହୁତ ବର୍ଷା ହୋଇଥିଲା।

ନିର୍ଦ୍ଧାରିତ ସମୟ ପୂର୍ବରୁ ଏଥର ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ। ପାଗ ଅନୁକୂଳ ଥିବାରୁ ଆଜି ଓଡ଼ିଶା ଛୁଇଁଛି ମୌସୁମୀ। ମେ' ୨୪ ତାରିଖରେ କେରଳ ଛୁଇଁଥିଲା ମୌସୁମୀ ବାୟୁ। ସୂଚନାଯୋଗ୍ୟ, ଗତ ବର୍ଷ ଜୁନ୍ ୮ ତାରିଖରେ ଓଡ଼ିଶା ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ।  

 ଲଘୁଚାପ କ୍ଷେତ୍ରଟି ଧୀରେଧୀରେ ଉତ୍ତର ଦିଗକୁ ଗତି କରିବ ଓ ଆସନ୍ତା ୪୮ ଘଣ୍ଟାରେ ଅଧିକ ସ୍ପଷ୍ଟ ରୂପ ନେବ। ଫଳରେ ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ବିଜୁଳି ଘଡ଼ଘଡ଼ି ସହ ବର୍ଷା, ଝଡ଼ତୋଫାନ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଓଡ଼ିଶାରେ ମୌସୁମୀ ସକ୍ରିୟ ହେବାକୁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଥିଲା।

weather

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe