ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୪ଟି ଗେଟ୍‌

ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢ଼ିଚାଳିଛି। ମହାନଦୀର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବାରୁ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ କରୁଛି। ଜଳଧାରଣ କ୍ଷମତାକୁ ଦୃଷ୍ଟିରେ ରଖି ଆଜି ଅପରାହଣରେ ପୁଣି ୪ଟି ଗେଟ୍ ଖୋଲି ଦିଆଯାଇଛି।

New Project (19)

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢ଼ିଚାଳିଛି। ମହାନଦୀର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବାରୁ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ କରୁଛି। ଜଳଧାରଣ କ୍ଷମତାକୁ ଦୃଷ୍ଟିରେ ରଖି ଆଜି ଅପରାହଣରେ ପୁଣି ୪ଟି ଗେଟ୍ ଖୋଲି ଦିଆଯାଇଛି। ଆଜି ପୂର୍ବାହ୍‌ଣ ୧୦ଟାରେ ହୀରାକୁଦ ଜଳଭଣ୍ଡାରରୁ ୪ଟି ଗେଟ୍‌ ଖୋଲି ଦିଆଯାଇଥିଲା।

ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ତରଫରୁ କୁହାଯାଇଛି ଯେ, ଉପରମୁଣ୍ଡରୁ ଆସୁଥିବା ବନ୍ୟାଜଳ ଏବଂ ଜଳଭଣ୍ଡାରର କ୍ଷମତାକୁ ଦୃଷ୍ଟିରେ ରଖି ଜଳ ନିଷ୍କାସନ କରାଯାଇଛି। ଜଳଭଣ୍ଡାର ବାମ ପାର୍ଶ୍ବରୁ ୩ଟି ଓ ଦକ୍ଷିଣ ପାର୍ଶ୍ବରୁ ୫ଟି ଗେଟ୍‌ ଖୋଲି ଦିଆଯାଇଛି। 

ହୀରାକୁଦର ଜଳସ୍ତର ବଢ଼ିବାରେ ଲାଗିଛି। ହୀରାକୁଦରୁ ଏହିସବୁ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାଯାଇଛି। ଲଗାଣ ବର୍ଷା ହେତୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବା ହେତୁ ଏଭଳି ପଦକ୍ଷେପ ନିଆଯାଇଛି। 

Sambalpur | hirakud dam

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe