କୋରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର, ଏମକେସିଜିକୁ ସ୍ଥାନାନ୍ତରିତ

Advertisment

ଚଳନ୍ତା ଟ୍ରେନରେ ଚଢିବା ବେଳେ ଅଘଟଣ। କୋରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଥିବା ଜଣାପଡ଼ିଛି। ରାୟଗଡ଼ା ଜିଲ୍ଲା ସିଙ୍ଗାପୁରୁ ରୋଡ଼ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢିବା ସମୟରେ ଏହି ଅଘଟଣ ଘଟିଛି।

ଚଳନ୍ତା ଟ୍ରେନରେ ଚଢିବା ବେଳେ ଅଘଟଣ। କୋରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଥିବା ଜଣାପଡ଼ିଛି। ରାୟଗଡ଼ା ଜିଲ୍ଲା ସିଙ୍ଗାପୁରୁ ରୋଡ଼ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢିବା ସମୟରେ ଏହି ଅଘଟଣ ଘଟିଛି।

29b7c3e0-8020-4ed5-8d63-1a22dc81f6c2

ରାୟଗଡ଼ା: ଚଳନ୍ତା ଟ୍ରେନରେ ଚଢିବା ବେଳେ ଅଘଟଣ। କୋରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଥିବା ଜଣାପଡ଼ିଛି। ରାୟଗଡ଼ା ଜିଲ୍ଲା ସିଙ୍ଗାପୁରୁ ରୋଡ଼ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢିବା ସମୟରେ ଏହି ଅଘଟଣ ଘଟିଛି। ଭାରସାମ୍ୟ ହରାଇ କୋରବା ଏକ୍ସପ୍ରେସ ଚକା ତଳେ ପଡ଼ିଯାଇଥିଲେI  ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ଥିବାରୁ, ଉଭୟଙ୍କୁ ପ୍ରଥମେ ରେଳ ବିଭାଗ ପୁଲିସ (ଜି ଆର ପି )ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲାI ଉଭୟଙ୍କ ଅବସ୍ଥା ଗୁରୁତର ଥିବାରୁ ପରେ ଡାକ୍ତର ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତରିତ କରିଛନ୍ତି।

ଏହି ଦୁର୍ଘଟଣାରେ ମା ରତିକା ଚନ୍ଦନାଙ୍କର ଦୁଇଟି ହାତ ପାପୁଲି ଏବଂ ଗୋଟିଏ ଗୋଡ଼ କଟି ଯାଇଥିବା ବେଳେ ବାମ ଗୋଡ଼ ଭାଙ୍ଗି ଯାଇଛି, ଏବଂ ତାଙ୍କର ୪ ବର୍ଷର ଶିଶୁକନ୍ୟା ହସ୍ତିନା ଚନ୍ଦନାଙ୍କର ଡାହାଣ ହାତ ଓ ଗୋଡ଼ କଟି ଯାଇଛି। ସ୍ୱାମୀ ଚୈତନ୍ୟ ଚନ୍ଦନା ସ୍ତ୍ରୀ ପିଲାଙ୍କୁ ଧରି ଟିଟିଲାଗଡ଼ କାନିଝୁରିରୁ  ଗତ ଦୁଇଦିନ ତଳୁ ରାୟଗଡ଼ା ପେଣ୍ଟା ପଞ୍ଚାୟତ ଅନ୍ତର୍ଗତ ଜିଞ୍ଜିଲିବାଡ଼ି ସମ୍ପର୍କୀୟଙ୍କ ଦଶାହ କାର୍ଯ୍ୟରେ ଯୋଗ ଦେବା ନିମନ୍ତେ ଆସିଥିଲେ। ଆଜି ଫେରିବା ସମୟରେ ଏହି ଦୁର୍ଘଟଣାର ଶିକାର ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe