Advertisment

ଆୟୁଷ୍ମାନ ଭାରତ ଯୋଜନା ଲାଗି କେନ୍ଦ୍ର-ରାଜ୍ୟ ସରକାରଙ୍କ ମଧ୍ୟରେ ହେବ କୁକ୍ତିନାମା

Advertisment

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। ଦିନ ୨ଟାରେ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହେବ ଏମ୍ଓୟୁ ।

Updated On

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। ଦିନ ୨ଟାରେ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହେବ ଏମ୍ଓୟୁ ।

ଅଦ୍ୟତନ ହୋଇଛି
zasd

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। ଦିନ ୨ଟାରେ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହେବ ଏମ୍ଓୟୁ । ଏନେଇ ସବୁ ପ୍ରସ୍ତୁତି ଶେଷ ହୋଇଛି। ଆଜି ବିଜ୍ଞାନ ଭବନରେ ଚୁକ୍ତିନାମା ସ୍ବାକ୍ଷରିତ ହେବ । ଆୟୁଷ୍ମାନ ଯୋଜନା ପ୍ରଥମ ଥର ପାଇଁ ଓଡ଼ିଶାରେ ଲାଗୁ ହେବ। ଏହି କାର୍ଡ ଦ୍ବାରା ସାରା ଭାରତରେ ଯେକୌଣସି ସ୍ଥାନରେ ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲରେ ୫ ଲକ୍ଷରୁ ୧୦ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା କରିପାରିବେ ।

ରାଜ୍ୟରେ ଆସନ୍ତା ଫେବ୍ରୁଆରି ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆଜି ନୂଆଦିଲ୍ଲୀରେ ଏଥିପାଇଁ ଏମଓୟୁ ସ୍ୱାକ୍ଷରିତ ହେବ ବୋଲି ଜଣାପଡ଼ିଛି । ଦିଲ୍ଲୀରେ ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଚୁକ୍ତି ସ୍ୱାକ୍ଷରିତ ହେବ। ଏହାଛଡ଼ା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ୍ ବି ଏହି ସମୟରେ ଉପସ୍ଥିତ ରହିବେ। ଏଥିପାଇଁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ବୁଝାମଣା ସ୍ଵାକ୍ଷରିତ ହେବା ପରେ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନା ।

ସୂଚନା ଅନୁଯାୟୀ  ରାଜ୍ୟରେ ଆସନ୍ତା ଫେବ୍ରୁଆରି ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆଜି ନୂଆଦିଲ୍ଲୀରେ ଏଥିପାଇଁ ଏମଓୟୁ ସ୍ୱାକ୍ଷରିତ ହେବ ବୋଲି ଜଣାପଡ଼ିଛି । ଦିଲ୍ଲୀରେ ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଚୁକ୍ତି ସ୍ୱାକ୍ଷରିତ ହେବ। ଏହାଛଡ଼ା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ୍ ବି ଏହି ସମୟରେ ଉପସ୍ଥିତ ରହିବେ। ଏଥିପାଇଁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ବୁଝାମଣା ସ୍ଵାକ୍ଷରିତ ହେବା ପରେ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନା ।

 ଓଡ଼ିଶାରେ ଜାରି ରହିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ନୂଆ ନାଁ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା)  ସହ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ ।  ଗୋଟିଏ କାର୍ଡରେ ଉପଲବ୍ଧ ହେବ ସ୍ୱାସ୍ଥ୍ୟସେବା। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଯୋଜନା । ପୁରୁଣା କାର୍ଡକୁ ହଟାଇ ଖୁବଶୀଘ୍ର ଦିଆଯିବ ନୂଆ କାର୍ଡ। ପୁରୁଣା କାର୍ଡର ପରିବର୍ତ୍ତନ ହେବ ଲୋଗୋ।
ଏକ କୋଟି ପରିବାର ଏବଂ ସାଢେ ତିନି କୋଟି ଲୋକ ଏହାର ଲାଭ ପାଇବେ। ଏଥିରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସେବା ରହିବ। ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମଧ୍ୟ ଆୟୁଷ୍ମାନ ଯୋଜନାରେ ସାମିଲ ହେବା ପାଇଁ ପ୍ରକ୍ରିୟା ଚଳିତମାସ ଶେଷ ସୁଦ୍ଧା ଆରମ୍ଭ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe