କେନ୍ଦୁପତ୍ର ହିତାଧିକାରୀଙ୍କ କଲ୍ୟାଣ ପାଇଁ 'ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳି ଯୋଜନା'

କେନ୍ଦୁପତ୍ର ହିତାଧିକାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର, ୨୦୨୪ କେନ୍ଦୁପତ୍ର ଶସ୍ୟ ବର୍ଷ ପାଇଁ ୮,୫୯,୪୪୯ ଜଣ କେନ୍ଦୁପତ୍ର ତୋଳାଳିମାନଙ୍କ ପାଇଁ ଶତକଡା  ୨୫ ହାରରେ ୫୨.୬୩ କୋଟି ଟଙ୍କ। ଲାଭାଂଶ ପ୍ରଦାନ କରିବାପାଇଁ ଘୋଷଣା କରିଛନ୍ତି।

Mohan Majhi

Mohan Majhi Photograph: (Sambad )

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର, ୨୦୨୪ କେନ୍ଦୁପତ୍ର ଶସ୍ୟ ବର୍ଷ ପାଇଁ ୮,୫୯,୪୪୯ ଜଣ କେନ୍ଦୁପତ୍ର ତୋଳାଳିମାନଙ୍କ ପାଇଁ ଶତକଡା  ୨୫ ହାରରେ ୫୨.୬୩ କୋଟି ଟଙ୍କ। ଲାଭାଂଶ ପ୍ରଦାନ କରିବାପାଇଁ ଘୋଷଣା କରିଛନ୍ତି। ୮,୫୯,୪୪୯ ଜଣ ତୋଳାଳୀଙ୍କ ମଧ୍ୟରୁ ୮୩.୯୨% ମହିଳା ଅଟନ୍ତି |

୨୦,୫୦୨ ଜଣ କେନ୍ଦୁପତ୍ର ବନ୍ଧେଇ ଶ୍ରମିକମାନଙ୍କୁ ଶତକଡା ୫ ହାରରେ ୧.୯୪ କୋଟି ଟଙ୍କା ପ୍ରୋତ୍ସାହନ ରାଶି ଏବଂ ୧୬,୭୫୪ ଜଣ କେନ୍ଦୁପତ୍ର ସାମୟିକ କର୍ମଚାରୀମାନଙ୍କୁ ଶତକଡା ୫ ହାରରେ ୪.୯୯ କୋଟି ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରିବାପାଇଁ ଆମ ସରକାର ଘୋଷଣା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। 

ଉପରୋକ୍ତ ଲାଭାଂଶକୁ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ (ଡ଼ିବିଟି) ମାଧ୍ୟମରେ ପ୍ରଦାନ କରାଯାଉଅଛି। ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳି ଯୋଜନାର ସଫଳ ରୂପାୟନ ପାଇଁ ୨o୨୪-୨୫ ଆର୍ଥିକ ବର୍ଷରେ “ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି” ମାଧ୍ୟମରେ ୫୦.୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଅଛି।
CM Mohan Charan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe