ବାରିପଦା: ଭାରତୀୟ ନୌସେନା ଦିବସରେ ମୟୂରଭଞ୍ଜଜିଲ୍ଲା ରାସଗୋବିନ୍ଦପୁର ବ୍ଲକର ଗାଁ ଅମରଦା ପଞ୍ଚାୟତର ଅମରଦାଠାରେ ବିଲ ଭିତରେ ନୌସେନା ହେଲିକପ୍ଟର ଜରୁରୀକାଳୀନ ଅବତରଣ କରିଥିବା ଦେଖିବାକୁ ମିଳିଛି।
ବିଲରେ ଚାଷୀମାନେ ଧାନ ଫସଲ କାଟୁଥିବା ସମୟରେ ଦେଖିବାକୁ ପାଇଥିଲେ ଏକ ହେଲିକପ୍ଟର ବିଲ ମଧ୍ୟରେ ଓହ୍ଲାଇବାକୁ ଚେଷ୍ଟା କରୁଛି । ଗୋଟିଏ ବିଲ ଭିତରେ ଓହ୍ଲାଇବାକୁ ଚେଷ୍ଟା କରୁଥିବା ବେଳେ ଧାନ କୁଟା ଉଡ଼ିବାରୁ ସେଠାରେ ଅବତରଣ କରି ନପାରି ଅନ୍ୟ ଏକ ଫାଙ୍କା ବିଲରେ ଅବତରଣ କରିଥିଲା । ଦୀର୍ଘ ୩୦ ମିନିଟ ଧରି ପାଇଲଟ ହେଲିକପ୍ଟରରୁ ଓହ୍ଲାଇ ଯାନ୍ତ୍ରିକ ତ୍ରୁଟିକୁ ସୁଧାରିଥିଲେ। ୪୫ ମିନିଟ ପରେ ପୁଣି ଉଡ଼ିବା ସକ୍ଷମ ହୋଇଥିଲା ନୌସେନା ହେଲିକପ୍ଟର ।
ତେବେ ଚାଷ କାମରେ ଲାଗିଥିବା ଲୋକେ ଭୟଭୀତ ଥିବା ପରିଲକ୍ଷିତ ହୋଇଥିଲା। ଅପରପକ୍ଷରେ ସ୍ଥାନୀୟ ଲୋକେ ନୌସେନା ହେଲିକପ୍ଟର ଦେଖିବାକୁ ଭିଡ଼ ଜମାଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2024/12/04/tvCDLwmmg51JhVzMaAwl.png)