ଏଫ୍‌ଏମ୍‌ କଲେଜ୍‌ ଛାତ୍ରୀ ଆତ୍ମାହୁତି ମାମଲା: ତିନିଦିନ ଭିତରେ ତଦନ୍ତ ରିପୋର୍ଟ ଦାଖଲ ନିର୍ଦ୍ଦେଶ

Advertisment

ବାଲେଶ୍ବର ଜିଲ୍ଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଜଣେ ଛାତ୍ରୀ ଶନିବାର ଦିନ ଆତ୍ମାହୁତି ଉଦ୍ୟମ ମାମଲାରେ ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ହସ୍ତକ୍ଷେପ କରିଛନ୍ତି।

ବାଲେଶ୍ବର ଜିଲ୍ଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଜଣେ ଛାତ୍ରୀ ଶନିବାର ଦିନ ଆତ୍ମାହୁତି ଉଦ୍ୟମ ମାମଲାରେ ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ହସ୍ତକ୍ଷେପ କରିଛନ୍ତି।

New Project (12)

ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଜଣେ ଛାତ୍ରୀ ଶନିବାର ଦିନ ଆତ୍ମାହୁତି ଉଦ୍ୟମ ମାମଲାରେ ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ହସ୍ତକ୍ଷେପ କରିଛନ୍ତି। ନିଜ ଆଡ଼ୁ ମାମଲା ରୁଜୁ କରି ଓଡ଼ିଶା ପୁଲିସ ମହାନିର୍ଦ୍ଦେଶକଙ୍କୁ ଅନୁସନ୍ଧାନ କରି କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି ଲେଖିଛନ୍ତି। ତଦନ୍ତରେ କ’ଣ କାର୍ଯ୍ୟାନୁଷ୍ଠାନ ନେଲେ  ସେନେଇ ରିପୋର୍ଟ ୩ ଦିନ ଭିତରେ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏନ୍‌ସିଡବ୍ଲ୍ୟୁ କହିଛନ୍ତି, ଛାତ୍ରୀ ଜଣଙ୍କ ଯୌନ ନିର୍ଯାତନା ଓ ଡିଗ୍ରି ହାସଲରେ ଅକୃତକାର୍ଯ୍ୟ ଧମକ ପାଇଛନ୍ତି। ବିଭାଗୀୟ ମୁଖ୍ୟଙ୍କ ଏପରି କାର୍ଯ୍ୟ ପାଇଁ ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିଛନ୍ତି। ତାଙ୍କର ଶରୀର ୯୦% ଶରୀର ପୋଡ଼ି ଯାଇଥିବାରୁ ଅବସ୍ଥା ସଂକଟାପନ୍ନ ରହିଛି।  

ବାଲେଶ୍ବର ଏଫ୍‌ଏମ୍‌ କଲେଜ ମାମଲାରେ ଆଜି କ୍ରାଇମ୍‌ବ୍ରାଞ୍ଚର ସିଏଡବ୍ଲ୍ୟୁ ଓ ସିଡବ୍ଲୁର ୨ ଜଣିଆ ଟିମ୍‌ ତଦନ୍ତ ଆରମ୍ଭ କରିଛନ୍ତି। ଏହି ଟିମ୍‌ରେ ଡିଏସ୍‌ପି ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସାମିଲ ଅଛନ୍ତି। କ୍ରାଇମବ୍ରାଞ୍ଚ ଡିଜିଙ୍କ ନିର୍ଦ୍ଦେଶରେ ନିଜ ପକ୍ଷରୁ ନିରୀକ୍ଷଣ ପାଇଁ ପହଞ୍ଚି ଘଟଣା ଉପରେ ଅନୁଧ୍ୟାନ କରିବୁ ବୋଲି ଡିଏସ୍‌ପି କହିଛନ୍ତି। 

ସୂଚନାଯୋଗ୍ୟ, ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରୁଥିବା ନେଇ ବିଇଡି ଦ୍ବିତୀୟ ବର୍ଷର ଛାତ୍ରୀ ଜଣକ ଅଧ୍ୟକ୍ଷ ନିକଟରେ ଅଭିଯୋଗ କରିଥିଲେ। କିନ୍ତୁ କଲେଜ କର୍ତ୍ତୃପକ୍ଷ ଅଭିଯୁକ୍ତ ଅଧ୍ୟାପକଙ୍କ ବିରୋଧରେ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଶୀଘ୍ର ନେଇ ନଥିବାରୁ ଅଶାନ୍ତିରେ ଦିନ କାଟୁଥିଲେ। ଏହି ମାମଲାର କୌଣସି ଦୃଷ୍ଟାନ୍ତମୂଳକ ସମାଧାନ ପାଇଁ ମଧ୍ୟ ଉଦ୍ୟମ କରାଯାଇନଥିଲା। ଏହି କାରଣରୁ ଛାତ୍ରୀ ଜଣକ ମାନସିକ ଚାପରେ ଥିଲେ। ଶେଷରେ ଜୀବନ ହାରିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ଶନିବାର ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ।

ଦେହରେ ନିଆଁ ଲାଗିବା ପରେ ଛାତ୍ରୀଜଣକ ଗୁରୁତର ଅବସ୍ଥାରେ ଛଟପଟ ହେଉଥିବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ପ୍ରାଥମିକ ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ହେବାରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଦୁଇ ଜଣ ଛାତ୍ର ଆହତ ହୋଇଛନ୍ତି। ସେମାନେ ବାଲେଶ୍ୱର ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି। ଛାତ୍ରୀ ୧୨ ଦିନ ହେଲା ମାନସିକ ଚାପରେ ଥିଲେ। 

Balasore | AIIMS Bhubaneswar

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe