ମାର୍ଚ୍ଚ ୨୬ରେ ଶପଥ ନେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

Advertisment

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ମାର୍ଚ୍ଚ ୨୬ ତାରିଖରେ ଶପଥ ଗ୍ରହଣ କରିବେ। ଓଡ଼ିଶାର ମହାମହିମ ରାଜ୍ୟପାଳ ହରିବାବୁ କମ୍ଭମପଟି ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ଶପଥ ଗ୍ରହଣ କରାଇବେ।

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ମାର୍ଚ୍ଚ ୨୬ ତାରିଖରେ ଶପଥ ଗ୍ରହଣ କରିବେ। ଓଡ଼ିଶାର ମହାମହିମ ରାଜ୍ୟପାଳ ହରିବାବୁ କମ୍ଭମପଟି ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ଶପଥ ଗ୍ରହଣ କରାଇବେ।

କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହରୀଶ ଟଣ୍ଡନ ମାର୍ଚ୍ଚ ୨୬ ତାରିଖ ପୂର୍ବାହ୍‌ଣ ୧୦ଟାରେ ଶପଥ ଗ୍ରହଣ କରିବେ। ଓଡ଼ିଶାର ମହାମହିମ ରାଜ୍ୟପାଳ ହରିବାବୁ କମ୍ଭମପଟି ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ଶପଥ ଗ୍ରହଣ କରାଇବେ। ଓଡ଼ିଶା ହାଇକୋର୍ଟ ପରିସରରେ ଏହି ସମାରୋହର ଆୟୋଜନ କରାଯାଉଛି। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତି, କର୍ମଚାରୀ, ବାର ଆସୋସିଏସନ୍‌ର ବରିଷ୍ଠ ସଦସ୍ୟ ପ୍ରମୁଖ ଉପସ୍ଥିତ ରହିବେ।

ସଚନାଯୋଗ୍ୟ, ଜଷ୍ଟିସ୍‌ ହରୀଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ଏ ନେଇ ଦିନକ ପୂର୍ବରୁ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ୍‌ ହରୀଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ରାଷ୍ଟ୍ରପତିଙ୍କ ପକ୍ଷରୁ ନିଯୁକ୍ତି ଦିଆଯାଇଥିବା ସଂପର୍କରେ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ସୁପ୍ରିମକୋର୍ଟ କଲେଜିୟମ୍‌ କଲିକତା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲେ। ଏ ସଂକ୍ରାନ୍ତରେ ଗତ ମାର୍ଚ୍ଚ ୬ରେ ସୁପ୍ରିମକୋର୍ଟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା।

ଦିନକ ପୂର୍ବରୁ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ୍‌ ହରୀଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ରାଷ୍ଟ୍ରପତିଙ୍କ ପକ୍ଷରୁ ନିଯୁକ୍ତି ଦିଆଯାଇଥିବା ସଂପର୍କରେ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

ଜଷ୍ଟିସ୍‌ ଟଣ୍ଡନ ୧୯୬୪, ନଭେମ୍ବର ୧୬ରେ ଜନ୍ମଗ୍ରହଣ କରିଥିଲେ। କଲିକତା ବିଶ୍ବବିଦ୍ୟାଳୟରୁ ୧୯୮୯ରେ ଏଲ୍‌ଏଲ୍‌ବି ଡିଗ୍ରି ହାସଲ କରିବା ପରେ ୧୯୮୯, ସେପ୍ଟେମ୍ବର ୨୬ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ। ସେ କଲିକତା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିବା ସହିତ ସିଟି ସିଭିଲ୍‌ କୋର୍ଟ, ଡିଆରଟି ଓ ସୁପ୍ରିମକୋର୍ଟରେ ମଧ୍ୟ ଆଇନଜୀବୀ ଭାବେ ମାମଲା ପରିଚାଳନା କରିଥିଲେ। ୨୦୧୦, ଏପ୍ରିଲ ୧୩ରେ ତାଙ୍କୁ କଲିକତା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ଜଷ୍ଟିସ୍‌ ଟଣ୍ଡନ ଓଡ଼ିଶା ହାଇକୋର୍ଟର ୩୫ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି।

Orissa High Court | Cuttack

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe