କୋରାପୁଟ: ସୁଭୁଦ୍ରା ଯୋଜନା ନାଁରେ କେହି ଠକାମି, ଭଣ୍ଡାମି କ‌ରିବା, ଟଙ୍କା ମାଗିବା ଜଣାପଡ଼ିଲେ କାହାରିକୁ ବି କ୍ଷମା ଦିଆଯିବନି। ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶନିବାର ସୁଭଦ୍ରା ରଥର ଶୁଭ ଉଦଘାଟନରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏପରି କହିଛନ୍ତି। ତାଙ୍କ ସହ ସମ୍ମାନୀତ ଅତିଥି ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ, ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝି, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା, କୋରାପୁଟ ପୌର ପରିଷଦର ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ଅତିରିକ୍ତ ଜିଲ୍ଲାପାଳ ଆଲମଣି ସେଠୀ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦେବାଶିଷ ପଟନାୟକ, ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଜିଲ୍ଲା ଉପନିର୍ଦ୍ଦେଶକ ସୂର୍ଯ୍ୟକାନ୍ତ ବେହେରା , ଜିଲ୍ଲା ବିଜେପି ସଭାପତି ସୁମନ୍ତ ପ୍ରଧାନ, ବିଜୟ ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଲାଇନ୍ ଅଧିକାରୀ ଉପସ୍ଥିତ ଥିଲେ ।  

Advertisment

ଆସନ୍ତା ୧୭ତାରିଖ ଠାରୁ ସୁଭଦ୍ରା ଯୋଜନା ଆରମ୍ଭ ହେବ। ଏବେ ଆବେଦନ କରିଥିବା ମହିଳାଙ୍କ ଠାରୁ ଆରମ୍ଭ କରି ୧୭ପରେ ବି ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀ ମହିଳାଙ୍କୁ ବର୍ଷକୁ ରକ୍ଷାବନ୍ଦନ ଓ ଅର୍ନ୍ତଜାତୀୟ ମହିଳା ଦିବସରେ ୫ହଜାର ଲେଖାଏଁ ୧୦ହଜାର ୫ବର୍ଷ ଦିଆଯିବ। 

ତିନୋଟି ରଥକୁ ସବୁଜ ପତାକା ଦେଖାଇ ମୁଖ୍ୟଅତିଥି ଓ ଅନ୍ୟ ଅତିଥିମାନେ ଆରମ୍ଭ କରିଥିଲେ। ଆସନ୍ତା ୧୭ତାରିଖ ଠାରୁ ଏହି ଯୋଜନା ଆରମ୍ଭ ହେବ। ଏବେ ଆବେଦନ କରିଥିବା ମହିଳାଙ୍କ ଠାରୁ ଆରମ୍ଭ କରି ୧୭ପରେ ବି ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀ ମହିଳାଙ୍କୁ ବର୍ଷକୁ ରକ୍ଷାବନ୍ଦନ ଓ ଅର୍ନ୍ତଜାତୀୟ ମହିଳା ଦିବସରେ ୫ହଜାର ଲେଖାଏଁ ୧୦ହଜାର ୫ବର୍ଷ ଦିଆଯିବ ବୋଲି ମନ୍ତ୍ରୀ କହିଥିଲେ। ଏହି ଯୋଜନାକୁ ବ୍ଲକ, ପଂଚାୟତ, ଗାଁସ୍ତରରେ ବ୍ୟାପକ ସଚେତନତା ରଥ ମାଧ୍ୟମରେ ସୃଷ୍ଟି କରାଯିବ। ଯେଭଳି ମହିଳା ମାନେ ଠକାମିର ଶୀକାର ନ‌ ହେବେ ସେ ଦିଗରେ ଦୃଷ୍ଟି ଦିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିର୍ବାଚନ ସମୟରେ ଦେଇଥିବା ଗ୍ୟାରେଣ୍ଟି କ୍ରମରେ ସୁଭୁଦ୍ରା ଯୋଜନା ଆରମ୍ଭ କରାଯାଇଛି ବୋଲଇ ମନ୍ତ୍ରୀ ଶ୍ରୀ ଗଣ୍ଡ କହିଥିଲେ।

ମୋ ସେବା କେନ୍ଦ୍ର, ଜନସେବା କେନ୍ଦ୍ରରେ ମାଗଣାରେ ଆବେଦନପତ୍ର ନେଇ ଦାଖଲ କରାଇବେ। ଯେଭଳି ଯୋଗ୍ୟ ହିତାଧିକାରୀ ମହିଳା କେହି ବଂଚିତ ରହିବେ ନାହିଁ ସେ ଦିଗରେ ଜିଲ୍ଲାପ୍ରଶାସନ ସଂପୁର୍ଣ୍ଣ ଦୃଷ୍ଟି ଦେବେ ବୋଲି କହିଛନ୍ତି ମନ୍ତ୍ରୀ। କେହି ଯଦି ଠକାମିର ସୁରାକ୍ ମିଳିବା ମାତ୍ରକେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏହି ଯୋଜନା ଦ୍ବାରା ଗ୍ରାମାଂଚଳର ମହିଳା ମାନେ ସଶକ୍ତ ହେବାରେ ସହଯୋଗ ବୋଲି ମନ୍ତ୍ରୀ ଶ୍ରୀ ଗଣ୍ଡ କହିଛନ୍ତି। ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ନିଜେ ଏହି ଯୋଜନାକୁ ତଦାରଖ କରୁଛନ୍ତି ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ।