ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ମମତାଙ୍କୁ ଚିଠି ଲେଖି ଏମିତି ଦାବି କଲେ ମୋହନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଶ୍ରୀ ମାଝୀ ଚିଠି ଲେଖବାର କାରଣ ହେଲା ପଶ୍ଚିମବଙ୍ଗର ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ।

ଅଦ୍ୟତନ ହୋଇଛି
CMs Mohan and Mamata

CMs Mohan and Mamata Photograph: (sambad.in)

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଶ୍ରୀ ମାଝୀ ଚିଠି ଲେଖବାର କାରଣ ହେଲା ପଶ୍ଚିମବଙ୍ଗର ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଦୀଘା ଜଗନ୍ନାଥ ମନ୍ଦିରକୁ ‘ଧାମ’ କୁହାନଯାଉ। ପଶ୍ଚିମବଙ୍ଗ ସରକାର ‘ଧାମ’ ଶଦ୍ଦ ବ୍ୟବହାରରୁ ଦୂରରେ ରୁହନ୍ତୁ। ଆନ୍ତଃରାଜ୍ୟ ସମ୍ମାନ ଓ ସାଂସ୍କୃତିକ ସମ୍ବେଦନଶୀଳତାକୁ ବଜାୟ ରଖନ୍ତୁ।

ପୁରୀ ଜଗନ୍ନାଥଧାମର ସ୍ଥାନ ସ୍ବତନ୍ତ୍ର ଓ ପବିତ୍ର। ଅନ୍ୟ କେଣସି ସ୍ଥାନରେ ‘ଜଗନ୍ନାଥ ଧାମ ବ୍ୟବହାର ଶ୍ରଦ୍ଧାଳୁଙ୍କୁ ଆଘାତ ଦେଉଛି। କୋଟିକୋଟି ଭକ୍ତ, ତୀର୍ଥଯାତ୍ରୀଙ୍କ ଭାବାବେଗକୁ ଏହା କୁଠାରଘାତ କରୁଛି। ଦୀଘା ଜଗନ୍ନାଥ ମନ୍ଦିରକୁ ଧାମ କୁହାଯିବା ଏବଂ ପ୍ରଚାରରେ ବ୍ୟବହାର ଦ୍ବନ୍ଦ୍ବ ସୃଷ୍ଟି କରୁଛି। 

-ମୋହନ ଚରଣ ମାଝୀ, ମୁଖ୍ୟମନ୍ତ୍ରୀ

ଦୀଘାରେ ଜଗନ୍ନାଥ ଧାମ ବିବାଦ ନେଇ ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି। ଏହି ପ୍ରସଙ୍ଗକୁ ଗୁରୁତ୍ବପୂର୍ଣ୍ଣ ମନେ କରି ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଚିଠିରେ ସୁଦର୍ଶନ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ, ଦୀଘାରେ ଥିବା ଜଗନ୍ନାଥ ମନ୍ଦିରକୁ ‘ଜଗନ୍ନାଥ ଧାମ’ ଭାବରେ ପଶ୍ଚିମବଙ୍ଗ ସରକାରଙ୍କ ସମ୍ବୋଧିତ କରିବାର ନିଷ୍ପତ୍ତି ଉପରେ ଆପଣ ହସ୍ତକ୍ଷେପ କରନ୍ତୁ ଏବଂ ଏହାର ସମାଧାନ କରନ୍ତୁ। ଏହି ପବିତ୍ର ଉପାଧି କେବଳ ଓଡ଼ିଶାର ପୁରୀ ସହିତ ଜଡ଼ିତ। ଅନ୍ୟ ଏକ ସ୍ଥାନ ପାଇଁ ଏହି ‘ଜଗନ୍ନାଥ ଧାମ’ ଶବ୍ଦର ବ୍ୟବହାର ବ୍ୟାପକ ଦ୍ୱନ୍ଦ୍ୱ ସୃଷ୍ଟି କରିଛି ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ଅଗଣିତ ଭକ୍ତଙ୍କ ଭାବନାକୁ ଗଭୀର ଆଘାତ ଦେଇଛି। ଏହି ଚର୍ଚ୍ଚିତ ଧାର୍ମିକ ପରିଚୟର ପବିତ୍ରତା ଏବଂ ଅନନ୍ୟତାକୁ ବଜାୟ ରଖିବା ପାଇଁ ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ।

ପଶ୍ଚିମବଙ୍ଗ ପୂର୍ବ ମେଦିନୀପୁରର ଦୀଘାଠାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିର ଓ ‘ଜଗନ୍ନାଥ ଧାମ’ ନାମକରଣ ପ୍ରସଙ୍ଗରେ ସୋମବାର ବଡ଼ ମନ୍ତବ୍ୟ ଦେଇଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଗଜପତି ମହାରାଜା କହିଛନ୍ତି, ପୁରୀ କେବଳ ‘ଜଗନ୍ନାଥ ଧାମ’। ଅନ୍ୟ କୌଣସି ସ୍ଥାନକୁ ‘ଜଗନ୍ନାଥ ଧାମ’ କୁହାଯାଇପାରିବ ନାହିଁ। ଏହା ଶାସ୍ତ୍ରସମ୍ମତ ମତ ଓ ଶ୍ରୀମନ୍ଦିର ମୁକ୍ତିମଣ୍ଡପ ପଣ୍ଡିତସଭା ବି ସ୍ପଷ୍ଟ କରିଛି। ଏଣୁ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରର ଉଦ୍ୟୋକ୍ତା, ଟ୍ରଷ୍ଟି ଏବଂ ପୃଷ୍ଠପୋଷକମାନେ ଦୀଘା ଜଗନ୍ନାଥ ମନ୍ଦିରକୁ ‘ଜଗନ୍ନାଥ ଧାମ’ କିମ୍ବା ‘ଜଗନ୍ନାଥ ଧାମ ସାଂସ୍କୃତିକ କେନ୍ଦ୍ର’ ଭାବେ ନାମିତ କରିବାରୁ ନିବୃତ୍ତ ରହିବାକୁ ଗଜପତି ନିବେଦନ କରିଛନ୍ତି।

CM Mohan Charan Majhi | Mamata Banarjee 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe