Human Sagar Hospitalized Aiims Bhubaneswar: ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ, ଏମ୍ସରେ ଭର୍ତ୍ତି

Advertisment

ଓଡ଼ିଆ ସଂଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ। କିଡନି ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଏବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବର Aiimsକୁ  ସ୍ଥାନାନ୍ତରିତ ହୋଇଛନ୍ତି। 

ଓଡ଼ିଆ ସଂଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ। କିଡନି ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଏବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବର Aiimsକୁ  ସ୍ଥାନାନ୍ତରିତ ହୋଇଛନ୍ତି। 

Untitled-13

Human Sagar Hospitalized Aiims Bhubaneswar Photograph: (sambad.in)

ଭୁବନେଶ୍ବର: ଓଡ଼ିଆ ସଂଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ। କିଡନି ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଏବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବର ଏମ୍ସକୁ  ସ୍ଥାନାନ୍ତରିତ ହୋଇଛନ୍ତି।

ଏଣେ ଓଲିଉଡର ଜଣାଶୁଣା ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ଅଭିଜିତ ମଜୁମଦାରଙ୍କୁ  ଆଜି ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି। ଏମ୍ସ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ତାଙ୍କର Vitals ସ୍ଥିର ରହିଛି। ତାଙ୍କୁ ventilator supportରୁ ବାହାର କରାଯାଇଛି। ତାଙ୍କୁ ମେଡିସିନ୍ ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି।  

ସେପ୍ଟେମ୍ବର ୪ରୁ ଏମ୍ସରେ ଅଭିଜିତ

ଉଲ୍ଲେଖଯୋଗ୍ୟ, ଅଗଷ୍ଟ ୩୧ ତାରିଖରେ କଟକ ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଅଭିଜିତ । ଅନେକ ଦିନରୁ ଲିଭର ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହୋଇ ଆସୁଥିଲେ । ନିଜର ଦୈନନ୍ଦିନ କାମକୁ ଠିକ୍ ରୂପେ କରୁଥିବା ବେଳେ ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଗଣେଶ ପୂଜା ଏବଂ ଦଶହରାରେ ହେବାକୁ ଥିବା କାର୍ଯ୍ୟକ୍ରମ ପାଇଁ ସେ ବେଶ୍ ଉତ୍ସାହିତ ମଧ୍ଯ ଥିଲେ । ମାତ୍ର ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ପରିବାର ତଥା ଆତ୍ମୀୟମାନେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେବେଠାରୁ ସେ କୋମ‌ାରେ ରହିଛନ୍ତି। ଏହାପରେ ଗତ ସେପ୍ଟେମ୍ବର ୪ ତାରିଖରେ ଅଭିଜିତ ମଜୁମଦାରଙ୍କୁ ଭୁବନେଶ୍ବର ଏମ୍ସକୁ ଅଣାଯାଇଥିଲା। ସେଠାରେ ତାଙ୍କର ନିରନ୍ତର ଚିକିତ୍ସା ଚାଲିଛି।

ଗତ ଅକ୍ଟୋବର ୨୩ରେ ତାଙ୍କର MRI brain scan କରାଯାଇଥିବା ବେଳେ ରିପୋର୍ଟରେ ମଧ୍ୟ କୌଣସି ସୁଧାର ଦେଖାଯାଇନଥିଲା। ଡାକ୍ତରମାନେ ଅଭିଜିତଙ୍କୁ ଭେଣ୍ଟିଲେଟର ସହାୟତାରୁ ଧୀରେ ଧୀରେ ମୁକ୍ତ କରିବା ପାଇଁ ପ୍ରୟାସ ଜାରି ରଖିଥିଲେ। ବର୍ତ୍ତମାନ ସେ Spontaneous mode ventilator supportରେ ରହିଥିଲେ ଏବଂ ତାଙ୍କ Vitals ସ୍ଥିର ଥିଲା। ଏହା ସତ୍ତ୍ବେ ବି ତାଙ୍କର Neurological ସମସ୍ୟାରେ କୌଣସି ସୁଧାର ହୋଇନଥିଲା ଓ ସେ କୋମାରେ ଥିଲେ। ତାଙ୍କୁ ସୁସ୍ଥ କରିବା ପାଇଁ ପରିବାର ଓ ଡାକ୍ତରମାନେ ଉଦ୍ୟମ ଚଳାଇଥିଲେ ବି ଏପର୍ଯ୍ୟନ୍ତ ବିଶେଷ ସୁଫଳ ମିଳିନାହିଁ।

ଏମ୍ସକୁ ଯାଇ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଅଭିଜିତଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଥିଲେ

ସଙ୍ଗୀତରେ ଶ୍ରୋତାଙ୍କୁ ବାନ୍ଧି ରଖିବାର କଳା ତାଙ୍କୁ ବେଶ୍‌ ଜଣା।  ଜୀବନ ସହ ସଂଗ୍ରାମ କରୁଥିବା ଅଭିଜିତ୍ ମଜୁମଦାର ଏବେ ସଙ୍କଟାପନ୍ନ ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ  ଚିକିତ୍ସାଧୀନ । ଇତି ମଧ୍ୟରେ ଓଡ଼ିଶାର ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ପାଇଁ ଏମ୍ସ ଭୁବନେଶ୍ବରକୁ ଯାଇ ଡାକ୍ତରଙ୍କଠାରୁ ବିଶେଷ ତଥ୍ୟ ହାସଲ କରିବା ସହ ଡାକ୍ତରମାନଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ  କହିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe