ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଓ ବାମପନ୍ଥୀ ଦଳ। ଏନେଇ ପିସିସ ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି।

New Project (13) (1)

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଓ ବାମପନ୍ଥୀ ଦଳ। ଏନେଇ ପିସିସ ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି। ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରାଯାଇଛି।

ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଓ ବାମପନ୍ଥୀ ଦଳ। ଏନେଇ ପିସିସ ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି। ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରାଯାଇଛି।

ସେ କହିଛନ୍ତି, ଆଜି ସବୁ ସହରରେ କ୍ୟାଣ୍ଡଲ ଲାଇଟ୍ ଜାଳି ଆମର ଆତ୍ମାର ସଦ୍ଗତି କାମନା କରିବେ।  ଏଥିରେ ବାମପନ୍ଥୀ ଦଳ ଓ ଏନସିପି ସାମିଲ ହୋଇଛନ୍ତି। ୮ଟି ଦଳ ଏକାଠି ହୋଇଛନ୍ତି। ଶେଷରେ ନିଜ ଦଳ ଏବିଭିପିର ଝିଅ ବି ବାଦ୍ ପଡ଼ିଲାନି। ସେ ଝିଅ ପେଟ୍ରୋଲ ଆଣିଲା , ସମସ୍ତେ ଦେଖୁଥିଲେ। କେହି ପ୍ରତିବାଦ କଲେଣି। ବିଜେପି ଦଳ ଶାସନକୁ ଆସିବାପରେ କାହାରି କଥା ଶୁଣିଲେନି। ଏସରକାର ନୈତିକ ଦୃଷ୍ଟିରୁ ଶାସନରୁ ଓହରିଯିବା ଦରକାର। ଯାହାକୁ ଘୋର ବିରୋଧ କରିବୁ। ତାଙ୍କ ଦଳ ଏବିଭିପିର ଝିଅକୁ ହତ୍ୟା କରିଛନ୍ତି। ଏହାର ପ୍ରତିବାଦରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଉଛି। ଏହି ଦିନ ସ୍କୁଲ୍, କଲେଜ, ଦୋକାନ ବଜାର ବନ୍ଦ ରହିବ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe