ପ୍ରଦୀପ ଜେନାଙ୍କୁ ଓଇ୍‌ଆରସି ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର

ରାଜ୍ୟ ସରକାରଙ୍କ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇ୍‌ଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ପ୍ରଦୀପ ଜେନାଙ୍କୁ ରାଜ୍ୟ ସରକାର  ନିଯୁକ୍ତ କରିଛନ୍ତି। ଆଇଏଏସ୍‌ ଅଧିକାରୀ ସୁରେଶ ମହାପାତ୍ରଙ୍କ ପରେ ଏହି ପଦ ଖାଲି ପଡ଼ିଥିଲା।

Prdip Kumar Jena

Prdip Kumar Jena Photograph: (sambad.in)

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇ୍‌ଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ପ୍ରଦୀପ ଜେନାଙ୍କୁ ରାଜ୍ୟ ସରକାର  ନିଯୁକ୍ତ କରିଛନ୍ତି। ଆଇଏଏସ୍‌ ଅଧିକାରୀ ସୁରେଶ ମହାପାତ୍ରଙ୍କ ପରେ ଏହି ପଦ ଖାଲି ପଡ଼ିଥିଲା।
 
ନବୀନ ପଟ୍ଟନାୟକଙ୍କ ଶାସନ ସମୟରେ ପ୍ରଦୀପ କୁମାର ଜେନା ହେଲେ ଦ୍ବିତୀୟ ମୁଖ୍ୟ ଶାସନ ସଚିବ, ଯାହାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଥିଲା। ପୂର୍ବରୁ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଦୁଇ ଥରରେ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଥିଲା। ଶ୍ରୀ ଜେନା ୨୦୨୩ ମାର୍ଚ୍ଚ ମାସରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ। ତାଙ୍କ ଠାରୁ ବରିଷ୍ଠ ଆଇଏଏସ୍ ଅଧିକାରୀ ଓଡ଼ିଶା କ୍ୟାଡର୍‌ରେ ଥିଲେ ମଧ୍ୟ ରାଜ୍ୟ ସରକାର ଶ୍ରୀ ଜେନାଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ। ନିଜ କାର୍ଯ୍ୟଦକ୍ଷତା ପାଇଁ ବହୁ ସମୟରେ ସେ ଚର୍ଚ୍ଚାରେ ରହି ଆସିଛନ୍ତି। ବହୁ ଗୁରୁତ୍ବପୂର୍ଣ୍ଣ ବିଭାଗରେ ସେ ଦକ୍ଷତାର ସହ ଦାୟିତ୍ବ ତୁଲାଇ ଆସିଛନ୍ତି।   

ପ୍ରଦୀପ କୁମାର ଜେନା ଜଣେ ଦକ୍ଷ ପ୍ରଶାସକ ଭାବେ ବେଶ୍ ଜଣାଶୁଣା ଥିଲେ। ୧୯୬୪ ମସିହାରେ ଜନ୍ମିତ ପ୍ରଦୀପ କୁମାର ଜେନା ଆଇଏଏସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପ୍ରଶିକ୍ଷଣ ପରେ ୧୯୯୧ ମସିହାରେ ପ୍ରଥମେ କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ।

ଆଇଏଏସ୍ ଅଧିକାରୀ ପ୍ରଦୀପ କୁମାର ଜେନା ଜଣେ ଦକ୍ଷ ପ୍ରଶାସକ ଭାବେ ବେଶ୍ ଜଣାଶୁଣା ଥିଲେ। ୧୯୬୪ ମସିହାରେ ଜନ୍ମିତ ପ୍ରଦୀପ କୁମାର ଜେନା ଆଇଏଏସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପ୍ରଶିକ୍ଷଣ ପରେ ୧୯୯୧ ମସିହାରେ ପ୍ରଥମେ କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ପରେ ସେଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଜିଲ୍ଲାପାଳ ଭାବେ ଦାୟିତ୍ବ ତୁଲାଇଥିଲେ। ପରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ତାଙ୍କୁ ବଦଳି କରାଯାଇଥିଲା। ୧୯୯୯ ମସିହାର ମହାବାତ୍ୟା ସମୟରେ ସେ କଟକ ଜିଲ୍ଲାପାଳ ଭାବେ ଅବସ୍ଥାପିତ ହୋଇଥିଲେ। ମହାବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟକୁ ସୁଚାରୁରୂପେ ତୁଲାଇଥିବାରୁ ପ୍ରଦୀପ ଜେନା ରାଜ୍ୟ ଓ ଜାତୀୟ ସ୍ତରରେ ଉଚ୍ଚପ୍ରଶଂସିତ ହୋଇଥିଲେ। ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଓ ଲୋକାଭିମୁଖୀ କାର୍ଯ୍ୟ କରିବାରେ ତାଙ୍କର ବହୁ ସୁନାମ ରହିଛି। କୃଷି ନିର୍ଦ୍ଦେଶକ ପଦରେ ଥାଇ ଚାଷୀମାନଙ୍କ ପାଇଁ ଅନେକ ସୁଦୂର ପ୍ରସାରୀ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ସେହିପରି କୋଭିଡ୍‌ ମହାମାରୀ ସମୟରେ ସାରା ରାଜ୍ୟ ସଂଗ୍ରାମ କରୁଥିବାବେଳେ ସ୍ବତନ୍ତ୍ର ରିଲିଫ୍‌ କମିସନର ପଦରେ ରହି ପ୍ରଦୀପ କୁମାର ଜେନା ଗୁରୁଦାୟିତ୍ବ ତୁଲାଇଥିଲେ। 

OERC | Pradip Kumar Jena

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe