କଟକ: ବଲାଙ୍ଗୀର ବିଧାନସଭା ଆସନ ନିର୍ବାଚନ ଫଳାଫଳକୁ ଚାଲେଞ୍ଜ କରି ଦାୟର ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ କରି ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କୁ ନୋଟିସ୍ ଜାରି କରିଛନ୍ତି। ପରବର୍ତ୍ତୀ ଶୁଣାଣି ପୂର୍ବରୁ ମାମଲାରେ ଜବାବ ଦାଖଲ ପାଇଁ ଶ୍ରୀ ସିଂହଦେଓଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍ ଆର.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ପରାଜିତ କଂଗ୍ରେସ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ରଙ୍କ ତରଫରୁ ଦାୟର ନିର୍ବାଚନୀ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ନଭେମ୍ବର୍ ୨୮କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।
ଜଷ୍ଟିସ୍ ଆର.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ପରାଜିତ କଂଗ୍ରେସ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ରଙ୍କ ତରଫରୁ ଦାୟର ନିର୍ବାଚନୀ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ନଭେମ୍ବର୍ ୨୮କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।
ମାମଲାର ବିବରଣୀରୁ ପ୍ରକାଶ ଯେ ବିଜେଡି ପ୍ରାର୍ଥୀ ଭାବେ ବଲାଙ୍ଗୀର ଆସନରୁ ନିର୍ବାଚନୀ ଲଢି ବିଧାୟକ ହୋଇଥିବା ଶ୍ରୀ ସିଂହଦେଓଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା ପାଇଁ ଶ୍ରୀ ମିଶ୍ରଙ୍କ ତରଫରୁ ଏହି ମାମଲା ଦାୟର କରାଯାଇଛି। ଶ୍ରୀ ସିଂହଦେଓଙ୍କ ନାମାଙ୍କନପତ୍ର ବେଆଇନ ଭାବେ ଗ୍ରହଣ କରାଯାଇଥିଲା ଓ ସତ୍ୟପାଠରେ ସେ ବହୁ ତଥ୍ୟ ଲୁଚାଇଥିବା ଅଭିଯୋଗ ରହିଛି। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ଗୋପାଳ ଅଗ୍ରୱାଲ ମାମଲା ପରିଚାଳନା କରୁଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/vkCpaHR9yfzabUUZQV9H.jpg)