ବ୍ରହ୍ମପୁର ଆର୍ ଆଣ୍ଡ ବି ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆର୍ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି। 

ପୂର୍ବତନ ଜୁନିଅର ଆକାଉଣ୍ଟାଣ୍ଟ ଚାକିରିରୁ ବହିଷ୍କୃତ

ଭୁବନେଶ୍ବର: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆର୍ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି। 

ବ୍ରହ୍ମପୁର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଆଜି ବ୍ରହ୍ମପୁରର ଆର୍ ଆଣ୍ଡ ବି ଡିଭିଜନ-୧, ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ନିମ୍ନଲିଖିତ ସ୍ଥାନଗୁଡ଼ିକରେ ୩ ଜଣ ଡିଏସଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଘର ଚଢ଼ଉ କରାଯାଉଛି।
ଚଢ଼ଉ ଚାଲିଥିବା ସ୍ଥାନଗୁଡ଼ିକ ହେଲା-
୧. ଧର୍ମ ନଗର, ବ୍ରହ୍ମପୁରର ସ୍ପେକ୍ଟ୍ରମ୍ ରୟାଲ୍ ଠାରେ ଗୋଟିଏ ୨ ବିଏଚକେ ଫ୍ଲାଟ୍।
 ୨. ବ୍ରହ୍ମପୁରର ମୟୁରୀ ବିହାରରେ ଗୋଟିଏ ଦୁଇ ମହଲା କୋଠା। 
୩. ବ୍ରହ୍ମପୁରର ଆର୍ ଆଣ୍ଡ୍ ବି ଡିଭିଜନ-୧ରେ ତାଙ୍କର କାର୍ଯ୍ୟାଳୟ।
 ୪. ଭୁବନେଶ୍ୱରର ସହୀଦ ନଗରର ଇଭୋସ୍ ଏକ୍ସୋଟିକା ଆପାର୍ଟମେଣ୍ଟରେ ଗୋଟିଏ ୩ ବିଏଚକେ ଫ୍ଲାଟ୍।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe