ବୋଲେରୋ ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଟେଭାପଦର ଛକ ଠାରେ ବୋଲେରୋ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଟେଭାପଦର ଗାଁ ର ପ୍ରେମାନନ୍ଦ କ୍ଷେତି (୭୦ )। ମୃତକଙ୍କ ପରିବାରବର୍ଗଙ୍କୁ କ୍ଷତିପୂରଣ ସହୟତା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ରାସ୍ତା ରୋକ କରାଯାଇଛି l

bo

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଟେଭାପଦର ଛକ ଠାରେ ବୋଲେରୋ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଟେଭାପଦର ଗାଁ ର ପ୍ରେମାନନ୍ଦ କ୍ଷେତି (୭୦ )। ସେ ଘରୁ ବାହାରି ସଡ଼କକୁ  ଆସୁଥିବା ବେଳେ ରେଢ଼ାଖୋଲ ପଟରୁ ଆସୁଥିବା ଏକ ବୋଲେରୋ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା l ସୁବଳୟା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଦୁର୍ଘଟଣା ଘଟାଇଥିବା ବୋଲୋରୋକୁ ଜବତ କରିଛି ।

ବୋଲେରୋ ଗାଡ଼ି ଡ୍ରାଇଭରକୁ ପୁଲିସ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି l ମୃତକଙ୍କ ପରିବାରବର୍ଗଙ୍କୁ କ୍ଷତିପୂରଣ ସହୟତା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ରାସ୍ତା ରୋକ କରାଯାଇଛି l ଫଳରେ ରେଢ଼ାଖୋଲ-ବୀରମହାରାଜପୁର ରାସ୍ତା ଯିବା ଆସିବାରେ ଅସୁବିଧା ସୃଷ୍ଟି ହୋଇଛି l

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe