ବାଇକ୍-ଅଟୋ ଧକ୍କା: ଜଣେ ମୃତ, ୮ ଜଣ ଆହତ

Advertisment

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଦୁଇ ବାଇକ୍ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ଆହତ ୮ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଦୁଇ ବାଇକ୍ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ଆହତ ୮ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Rairangpur accident

Rairangpur accident Photograph: (sambad.in)

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଦୁଇ ବାଇକ୍ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ଆହତ ୮ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ବ୍ୟକ୍ତି ହେଲେ ଦୁଖିଆ ମୁର୍ମୁ (୧୯)। 

ସୂଚନା ଅନୁଯାୟୀ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଜାତଳା ବ୍ଳକ୍ ନିକଟରେ ଦୁଇ ବାଇକ୍ ମଧ୍ୟରେ ଧକ୍କା ହେବା ଫଳରେ ଜଣେ ଯୁବକ ଛିଟିକି ଏକ ଅଟୋ ସହିତ ଧକ୍କା ହୋଇଥିଲା। ଧକ୍କା ପରେ ବାଇକ ଓ ଅଟୋ ଓଲଟି ପଡ଼ିଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବିଜାତଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।

ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟ ଯୁବକ ଜଣକ ହେଉଛନ୍ତି ରାଇରଙ୍ଗପୁର ଟାଉନ୍ ଥାନା ଅନ୍ତର୍ଗତ ମୁର୍ଗାଘୁଟୁ ଗ୍ରାମର ଶାଙ୍ଖ ମୁର୍ମୁଙ୍କ ପୁଅ ଦୁଃଖିଆ ମୁର୍ମୁ। ସେ ବିଜାତଳାରୁ ଘରକୁ ଫେରୁଥିବା ସମୟରେ ଦୁର୍ଘଟଣା ଘଟିଥିଲା।

ତେବେ ଅଟୋରେ ଥିବା ୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗ୍ରାମାଞ୍ଚଳ ଥାନା ପୁଲିସ ହସ୍ପିଟାଲ ପହଞ୍ଚି ଶବ ଜବତ କରିବା ପରେ ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ଦୁର୍ଘଟଣାଗ୍ରସ୍ତ ବାଇକ୍ (ଜେଏଚ୍-୦୫ ବିଏ -୬୬୦୫) ଓ ଅଟୋ (ଓଡ଼ି ୧୧ଜେ-୧୬୯୧) କୁ ଜବତ କରି କେସ ନଂ ୫୮/୨୫ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।

 Mayurbhanj

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe