dead body Photograph: (sambad.in)
କୋରାପୁଟ: କୋରାପୁଟର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜରେ ଆଉଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଝିଛନ୍ତି। ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଗତକାଲି ବିଳମ୍ବିତ ରାତିରେ କୋରାପୁଟର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜରେ ଭୁଲ୍ ଇଞ୍ଜେକସନ୍ ଦିଆଯିବା ଯୋଗୁ ଚାଲିଯାଇଥିଲା ୫ ରୋଗୀଙ୍କ ଜୀବନ। ଆଇସିୟୁରେ ଚିକିତ୍ସିତ ୩ ଓ ଓ୍ବାର୍ଡରେ ଥିବା ୨ ରୋଗୀଙ୍କ ମୃତ୍ୟୁ ଘଟିଥିଲା।
କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲର ସର୍ଜରୀ ୱାର୍ଡରେ ଗତକାଲି ରାତିରେ ଅଳ୍ପ ସମୟ ମଧ୍ୟରେ ୫ ଜଣ ରୋଗୀଙ୍କ ଅସ୍ୱାଭାବିକ ମୃତ୍ୟୁକୁ ନେଇ ବଢ଼ିଛି ଅସନ୍ତୋଷ। ସର୍ଜରୀ ୱାର୍ଡରେ ଅଭାବନୀୟ ଘଟଣା। ସୂଚନା ଅନୁଯାୟୀ କୋରାପୁଟ, ବୋରିଗୁମ୍ମା, କଳାହାଣ୍ଡି, ସେମିଳିଗୁଡା, ମାଛରା ଭଳି ବିଭିନ୍ନ ଅଞ୍ଚଳରୁ ଅନେକ ଗୁରୁତର ରୋଗୀ ହସ୍ପିଟାଲର ଆଇସିୟୁ ଏବଂ ସର୍ଜରୀ ଓ୍ବାର୍ଡରେ ଚିକିତ୍ସିତ ହେଉଥିଲେ। ହଠାତ୍ ରାତି ୧୧ ରୁ ପ୍ରାୟ ଅଧଘଣ୍ଟା ମଧ୍ୟରେ ଆଇସିୟୁର ଗୁରୁତର ଚିକିତ୍ସିତ ରୋଗୀଙ୍କ ଭିତରୁ ଶୂକ୍ରା ମାଝୀ, ରୁକୁଣି ପେଣ୍ଟିଆ ଓ ଫୁଲମତି ମାଝୀ ତିନି ଜଣଙ୍କ ମୃୃତ୍ୟୁ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ସାଧାରଣ ସର୍ଜରୀ ୱାର୍ଡର ବେଡ଼ରେ ଥିବା ଭଗବାନ ପରିଜା ଓ ବତୀ ଖରା ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା।

ତୁରନ୍ତ ରୋଗୀ ସମ୍ପର୍କୀୟଙ୍କ ଉତ୍ତେଜନା ଦେଖି ଟାଉନ୍ ଥାନା ପୁଲିସ ପକ୍ଷରୁ ପୋଲିସ ମୃତୟନ କରା ଯାଇଥିଲା। ଅନ୍ୟପଟେ ରୋଗୀଙ୍କ ସମ୍ପର୍କୀୟଙ୍କ ଅଭିଯୋଗ ଅନୁସାରେ ଆଇସିୟୁରେ ଅପରେସନ ପରେ ରୋଗୀ ଠିକ୍ ଥିଲେ। ରାତ୍ରୀକାଳୀନ ଦାୟିତ୍ଵରେ ଥିବା କର୍ମଚାରୀ ଇଞ୍ଜେକ୍ସନ ଦେବାର ୧୫ ମିନିଟ ଭିତରେ ଆଇସିୟୁରେ ତିନି ରୋଗୀଙ୍କ ମୃତ୍ୟୁ ହୋଇଥିଲା। ରୋଗୀ ସମ୍ପର୍କୀୟଙ୍କ ଅଭିଯୋଗ ଅନୁସାରେ ଭୁଲ ଇଞ୍ଜେକ୍ସନ ଦେଇ ଦେବାରୁ ଏପରି ହୋଇଛି। କିନ୍ତୁ ବେଡରେ ଥିବା ରୋଗୀଙ୍କ ମୃତ୍ୟୁ ନେଇ କିଛି ସ୍ପଷ୍ଟତା ମିଳି ପାରିନାହିଁ। ତେବେ ଅଳ୍ପ ସମୟ ଭିତରେ ରାତି ରାଉଣ୍ଡର ଶେଷ ଡୋଜରେ ଆଇସିୟୁରେ ତିନି ଏବଂ ବେଡ଼ରେ ଦୁଇ ରୋଗୀଙ୍କ ମୃତ୍ୟୁ ନେଇ ପରିବାର ପ୍ରଶ୍ନ ଉଠାଉଥିବାରୁ ଶବ ଜବତ୍ କରିଛି ଟାଉନ୍ ପୁଲିସ।
Follow Us