ଭୁବନେଶ୍ବର: ଆଜି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ୧ଟଙ୍କା। ୯ ତାରିଖରେ ପ୍ରଥମ କିସ୍ତି ଦିଆଯିବା ଆଗରୁ ଆଜି ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ସମୟ ଆଗରୁ ସୂଚନା ଦେଥିଲେ। ସେ କହିଛନ୍ତି,ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା ପାଇବେ ସେମାନଙ୍କୁ ଖାତାକୁ ଏହି ଟଙ୍କା ଯିବ।

Advertisment

ଆଗାମୀ ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଦ୍ବିତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  କହିଛନ୍ତି।