୫ ବର୍ଷରେ ୫୯ ହଜାର ୪୩୭ ଲୋକ ଅନଲାଇନ ଟ୍ରେଡିଙ୍ଗ ଠକେଇର ଶିକାର ହୋଇଛନ୍ତି

ଗତ ୫ ବର୍ଷରେ ୫୯ ହଜାର ୪୩୭ ଲୋକ ଅନଲାଇନ ଟ୍ରେଡିଙ୍ଗ ଠକେଇର ଶିକାର ହୋଇଛନ୍ତି। କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନର ଲିଖିତ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି । 

CM Mohan Charan Majhi | Suryabanshi Suraj

ଭୁବନେଶ୍ବର: ଗତ ୫ ବର୍ଷ ମଧ୍ୟରେ ୫୯ ହଜାର ୪୩୭ ଲୋକ ଅନଲାଇନ ଟ୍ରେଡିଙ୍ଗ ଠକେଇର ଶିକାର ହୋଇଛନ୍ତି। ଆଜି ଗୃହରେ ଏଭଳି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଅନଲାଇନ ଟ୍ରେଡିଙ୍ଗ ବର୍ତ୍ତମାନ ସମୟରେ ଠକେଇର ଏକ ପ୍ରମୁଖ ମାଧ୍ୟମ ପାଲଟିଛି। ଗତ ୫ ବର୍ଷ ଭିତରେ କେତେ ଯୁବପିଢି ଅନଲାଇନ ଟ୍ରେଡିଂ ଠକେଇର ଶିକାର ହୋଇଛନ୍ତି । ତାର ସମ୍ପୂର୍ଣ୍ଣ ତଥ୍ୟ ଦେବାକୁ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ବିଧାନସଭାରେ ଜାଣିବାକୁ ଚାହିଁଥିଲେ। 

ଗତ ୫ ବର୍ଷ ମଧ୍ୟରେ ୫୯ ହଜାର ୪୩୭ ଲୋକ ଅନଲାଇନ ଟ୍ରେଡିଙ୍ଗ ଠକେଇର ଶିକାର ହୋଇଛନ୍ତି । ୨୦୧୯ରେ ୧୮ ଜଣ, ୨୦୨୦ରେ ୨୮ ଜଣ, ୨୦୨୧ରେ ୨୨ ଜଣ ଏବଂ ୨୦୨୨ରେ ୧୦୫ ଜଣ ଅନଲାଇନ ଟ୍ରେଡିଙ୍ଗ ଠକେଇର ଶିକାର ହୋଇଥିଲେ । ତେବେ ୨୦୨୩ରେ ହଠାତ୍ ଏହା ଅହେତୁକ ଭାବେ ବଢ଼ି ୧୮ ହଜାର ୯୯୪ରେ ପହଞ୍ଚିଥିଲା  ଆଉ ଚଳିତ ବର୍ଷ ଏହା ରେକର୍ଡ ପାର୍ କରିଛି। ଏବର୍ଷ ୧୧ ମାସରେ ୪୦ ହଜାର ୨୭୦ ଜଣ ଅନଲାଇନ ଟ୍ରେଡିଂ କରି ଠକାମିରେ ପଡ଼ିଛନ୍ତି। 

ଏହାର ଲିଖିତ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗତ ୫ ବର୍ଷ ମଧ୍ୟରେ ୫୯ ହଜାର ୪୩୭ ଲୋକ ଅନଲାଇନ ଟ୍ରେଡିଙ୍ଗ ଠକେଇର ଶିକାର ହୋଇଛନ୍ତି । ୨୦୧୯ରେ ୧୮ ଜଣ, ୨୦୨୦ରେ ୨୮ ଜଣ, ୨୦୨୧ରେ ୨୨ ଜଣ ଏବଂ ୨୦୨୨ରେ ୧୦୫ ଜଣ ଅନଲାଇନ ଟ୍ରେଡିଙ୍ଗ ଠକେଇର ଶିକାର ହୋଇଥିଲେ । ତେବେ ୨୦୨୩ରେ ହଠାତ୍ ଏହା ଅହେତୁକ ଭାବେ ବଢ଼ି ୧୮ ହଜାର ୯୯୪ରେ ପହଞ୍ଚିଥିଲା  ଆଉ ଚଳିତ ବର୍ଷ ଏହା ରେକର୍ଡ ପାର୍ କରିଛି। ଏବର୍ଷ ୧୧ ମାସରେ ୪୦ ହଜାର ୨୭୦ ଜଣ ଅନଲାଇନ ଟ୍ରେଡିଂ କରି ଠକାମିରେ ପଡ଼ିଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe