Advertisment

ଅକ୍ସିଜେନ୍‌ ସପୋର୍ଟରେ ବଳାଙ୍ଗା ପୀଡ଼ିତା: ଅସ୍ତ୍ରୋପଚାର କଲେ ଏମ୍‌ସ ଡାକ୍ତରୀ ଟିମ୍‌

Advertisment

ଦିଲ୍ଲୀ ଏମ୍ସରେ ଭର୍ତ୍ତି ଥିବା ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର ହୋଇଛି। ପୀଡ଼ିତାଙ୍କ ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାର କରାଯାଇଥିବା ନେଇ ଏମ୍ସ ଦିଲ୍ଲୀ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

ଦିଲ୍ଲୀ ଏମ୍ସରେ ଭର୍ତ୍ତି ଥିବା ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର ହୋଇଛି। ପୀଡ଼ିତାଙ୍କ ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାର କରାଯାଇଥିବା ନେଇ ଏମ୍ସ ଦିଲ୍ଲୀ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

dl

ଭୁବନେଶ୍ବର: ଦିଲ୍ଲୀ ଏମ୍ସରେ ଭର୍ତ୍ତି ଥିବା ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର ହୋଇଛି। ପୀଡ଼ିତାଙ୍କ ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାର କରାଯାଇଥିବା ନେଇ ଏମ୍ସ ଦିଲ୍ଲୀ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ଏମ୍ସ ପକ୍ଷରୁ ଜାରି ହୋଇଥିବା ସ୍ବାସ୍ଥ୍ୟ ବୁଲେଟିନ୍‌ରେ କୁହାଯାଇଛି ଯେ, ପୀଡ଼ିତାଙ୍କ ଅବସ୍ଥା ଏବେ ମଧ୍ୟ ଗୁରୁତର ଅଛି। ତାଙ୍କର ଉତ୍ତମ ଚିକିତ୍ସା ପାଇଁ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଏବେ ମଧ୍ୟ ସେ ଅକ୍ସିଜେନ୍‌ ସପୋର୍ଟରେ ଅଛନ୍ତି। 

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିଲେ। ଶ୍ରୀମତୀ ପରିଡ଼ା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏମ୍ସ ଡାକ୍ତରୀ ଟିମ୍‌ ଓ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଥିଲେ। ପୀଡିତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ ଅବଗତ ଅଛନ୍ତି। ରାଜ୍ୟ ସରକାର ଆବଶ୍ୟକ ସହଯୋଗ ଯୋଗାଇ ଦେବେ ବୋଲି ପରିବାର ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ। 

ବଳଙ୍ଗା ପୀଡ଼ିତାଙ୍କୁ ଭେଟିବା ନେଇ ଶ୍ରୀମତୀ ପରିଡ଼ା ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି। ଏଥିରେ ସେ ଲେଖିଛନ୍ତି ଯେ, ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ମୋ ନିର୍ବାଚନ ମଣ୍ଡଳୀ କ୍ଷେତ୍ର ଅନ୍ତର୍ଗତ ବଳଙ୍ଗାର ପୀଡ଼ିତାଙ୍କୁ ଭେଟିବା ସହ ତାଙ୍କ ପରିବାରବର୍ଗ ଏବଂ ସମ୍ପର୍କୀୟଙ୍କ ସହ ଦେଖା କଲି। ଏହି ଗସ୍ତ ସମୟରେ, ତାଙ୍କୁ ଚିକିତ୍ସା ପ୍ରଦାନ କରୁଥିବା ଡାକ୍ତରୀ ଦଳ ଏବଂ ବିଶେଷଜ୍ଞମାନଙ୍କ ସହ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଏବଂ ଆଗାମୀ ଦିନରେ ହେବାକୁ ଥିବା ଚିକିତ୍ସା ବିଷୟରେ ଆଲୋଚନା କଲି। ସେ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ, ମହାପ୍ରଭୁଙ୍କ ନିକଟରେ ଏତିକି ପ୍ରାର୍ଥନା।

ସୂଚନାଯୋଗ୍ୟ, ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଗତ ଶନିବାର ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଥିଲା। କିନ୍ତୁ ପୀଡ଼ିତାଙ୍କ ଅଧିକ ଚିକିତ୍ସା ପାଇଁ ଏମ୍‌ସ ଦିଲ୍ଲୀକୁ ସ୍ଥାନାନ୍ତରିତ କରାଯାଇଥିଲା। 

Delhi AIIMS | puri 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe