ପୁରୀ: ପ୍ରଥମେ ପ୍ରଭୁ ସୁଦର୍ଶନଙ୍କର ପହଣ୍ଡି ଆରମ୍ଭ ହୋଇଥିଲା। ଏହାପରେ ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଧାଡି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିଛନ୍ତି। ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିଲା, ଯାହା ପୂରଣ ହୋଇଛି। ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ସାଢେ ୪ଟାରେ ଗଡ଼ିବା ଆରମ୍ଭ କରିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ଶୁକ୍ରବାର ସକାଳ ୬ଟାରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ହୋଇଛି। ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡ଼ପ ଲାଗି, ରୋଷହୋମ ଓ ୭ଟାରେ ଅବକାଶ ପରେ ୭ଟା ୧୦ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଏବଂ ବେଶ ଶେଷ କରାଯିବ। ସେହିପରି ସକାଳ ୮ଟାରୁ ୯ଟା ଯାଏଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ (ଖେଚୁଡି ଭୋଗ) ନୀତି ପରେ ୯ଟା ୧୫ରେ ମଙ୍ଗଳାର୍ପଣ କରାଯାଇଛି।

/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/06/27/etrw-2025-06-27-12-51-18.jpg)