ବଲାଙ୍ଗୀର: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ରୋଗୀଙ୍କ ଆତ୍ମହତ୍ୟା ଅଭିଯୋଗ ହୋଇଛି। ସିଟି ସ୍କାନ ସେଣ୍ଟର ନିକଟରେ ଥିବା ଏକ ଗଛରେ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ମୃତ ଯୁବକଙ୍କ ହାତରେ ସାଲାଇନ୍ ଲାଗିଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ସେ କେଉଁ କାରଣ ପାଇଁ ଆତ୍ମହତ୍ୟା କରିଛନ୍ତି ତାହା ମଧ୍ୟ ଜଣାପଡ଼ିନାହିଁ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/bhimabhoi-m-c-facebook.jpg)