କୃଷି ଓଭର୍‍ସିଅରଙ୍କ ମାସିକ ଗସ୍ତଭତ୍ତା ୪୫୦ରୁ ୧୫୦୦ ଟଙ୍କାକୁ ବୃଦ୍ଧି

ରାଜ୍ୟ ସରକାର କୃଷି ଓଭର୍‍ସିଅରମାନଙ୍କ ମାସିକ ଗସ୍ତଭତ୍ତା ବୃଦ୍ଧି କରିଛନ୍ତି। ଏହି ଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। 

CM Mohan Charan Majhi | Suryabanshi Suraj
ଭୁବନେଶ୍ୱର: ରାଜ୍ୟ ସରକାର କୃଷି ଓଭର୍‍ସିଅରମାନଙ୍କ ମାସିକ ଗସ୍ତଭତ୍ତା ବୃଦ୍ଧି କରିଛନ୍ତି। ଏହି ଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। 

ରାଜ୍ୟରେ ସମୁଦାୟ ୧୫୬୭ ଟି କୃଷି ଓଭର୍‍ସିଅର ପଦବି ଥିବାବେଳେ ବର୍ତ୍ତମାନ ୧୨୫୭ ଜଣ କାର୍ଯ୍ୟରତ ଅଛନ୍ତି।

ସୂଚନାଯୋଗ୍ୟ ଯେ, କୃଷି ଓଭର୍‍ସିଅରମାନଙ୍କୁ ଅତି କମରେ ୨୦ ଦିନ ଗସ୍ତ କରିବାକୁ ପଡ଼ିଥାଏ। ପୂର୍ବରୁ ସେମାନଙ୍କ ମାସିକ ଗସ୍ତଭତ୍ତା ୩୦୦ ଟଙ୍କା ଥିବାବେଳେ ୨୦୨୩ରେ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିଲା। ତେବେ ଏହାପରେ ସମାନସ୍ତରରେ ଥିବା ଅଧିକାଂଶ ପଦବି ଗୁଡ଼ିକର ମାସିକ ଗସ୍ତଭତ୍ତା ବୃଦ୍ଧି ପାଇଥିବା ବେଳେ କୃଷି ଓଭର୍‍ସିଅରମାନଙ୍କ ଭତ୍ତା ବଢ଼ିନଥିଲା। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା କୃଷି ଓଭର୍‍ସିଅରମାନେ ନିୟମିତ ଭାବେ ଗସ୍ତ କରିବା ପାଇଁ ପ୍ରୋତ୍ସାହିତ ହେବେ।  
CM Mohan Charan Majhi 
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe