Pitabas-Panda-Murder-Case Bail Plea Rejected ବିଜେପି ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ, ଗଞ୍ଜାମ ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ଜାମିନ ଆବେଦନ ଖାରଜ

Advertisment

ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଗିରଫ ହୋଇଥିବା ପୂର୍ବତନ ବ୍ରହ୍ମପୁର ବିଧାୟକ ତଥା ଗଞ୍ଜାମଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବଶଙ୍କର ଦାସ ଓରଫ ପିଣ୍ଟୁଙ୍କ ସମେତ ୫ଜଣଙ୍କ bail ଆବେଦନ ଖାରଜ ହୋଇଛି।

ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଗିରଫ ହୋଇଥିବା ପୂର୍ବତନ ବ୍ରହ୍ମପୁର ବିଧାୟକ ତଥା ଗଞ୍ଜାମଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବଶଙ୍କର ଦାସ ଓରଫ ପିଣ୍ଟୁଙ୍କ ସମେତ ୫ଜଣଙ୍କ bail ଆବେଦନ ଖାରଜ ହୋଇଛି।

bikram panda arrested in pitabas panda murder case

bail plea of bjd ganjam president bikram panda rejected in pitabas panda murder case Photograph: (Sambad.in)

ବ୍ରହ୍ମପୁର: ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଗିରଫ ହୋଇଥିବା ପୂର୍ବତନ ବ୍ରହ୍ମପୁର ବିଧାୟକ ତଥା ଗଞ୍ଜାମଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବଶଙ୍କର ଦାସ ଓରଫ ପିଣ୍ଟୁଙ୍କ ସମେତ ୫ଜଣଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଏମାନଙ୍କ ଜାମିନ ଆବେଦନ ଏଡିଜେ-୩ କୋର୍ଟ ଖାରଜ କରିଛନ୍ତି। 

୧୨ ଜଣଙ୍କୁ ଗିରଫ କରିଥିଲା ବ୍ରହ୍ମପୁର ପୁଲିସ

ସୂଚନାଯୋଗ୍ୟ, ପୀତାବାସ ହତ୍ୟାକାଣ୍ଡର ୧୭ ଦିନ ପରେ ବ୍ରହ୍ମପୁର ପୁଲିସ ରହସ୍ୟ ଉନ୍ମୋଚନ କରିବା ସହ ଏହି ମାମଲାରେ ୧୨ ଜଣଙ୍କୁ ଗିରଫ କରିଥିଲା। ହତ୍ୟାକାଣ୍ଡରେ ପୂର୍ବତନ ବ୍ରହ୍ମପୁର ବିଧାୟକ ତଥା ଗଞ୍ଜାମଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବଶଙ୍କର ଦାସ ଓରଫ ପିଣ୍ଟୁକୁ ପୁଲିସ ମୁଖ୍ୟ ଷଡ଼୍‌ଯନ୍ତ୍ରକାରୀ ବୋଲି ଦର୍ଶାଇଛି। ଜାମିନ ନାମଞ୍ଜୁର ପରେ ସମସ୍ତ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ବ୍ରହ୍ମପୁର ଏସ୍‌ପି ଡା. ଶରବଣା ବିବେକ ଏମ୍‌ ହତ୍ୟା ଷଡ୍‌ଯନ୍ତ୍ର ଠାରୁ ଆରମ୍ଭ କରି ଅଭିଯୁକ୍ତଙ୍କ ଭୂମିକା ଉପରେ ବିସ୍ତୃତ ତଥ୍ୟ ରଖିଥିଲେ।

ଆହୁରି ପଢ଼ନ୍ତୁ: Encounter At Bhadrak ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ କମଳାକାନ୍ତ ଦାସ ଓରଫ ବୁଦ୍ଧିଆ ଗୁରୁତର

ପୀତବାସଙ୍କୁ ହତ୍ୟା କରିବାକୁ ବହୁ ଆଗରୁ ଯୋଜନା ହୋଇଥିଲା। ଏଥିପାଇଁ ହିଞ୍ଜିଳିର ବିପିନ ସ୍ବାଇଁ ବିହାରୀ ସାର୍ପସୁଟର୍‌ ଶିଶୁପାଳ କୁମାର ପାଶ୍‌ୱାନ ଓ କୁନ୍ଦନ କୁମାରଙ୍କୁ ଯୋଗାଡ଼ କରିଥିଲା। ସେମାନେ ସେପ୍ଟେମ୍ବର ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ବ୍ରହ୍ମପୁର ଅଳକାପୁରୀ ଅଞ୍ଚଳର ଶୂନ୍ୟ ଦାସଙ୍କ ଘରେ ଭଡ଼ାରେ ରହିଥିଲେ। ହିଞ୍ଜିଳିର ବିପିନ ଓ ବଡ଼ଗଡ଼ର ସୀମାଞ୍ଚଳ ନାୟକ ଏମାନଙ୍କ ସହ ମିଶି ରେକି କରିଥିଲେ। ଦୈନନ୍ଦିନ ପୀତବାସଙ୍କ ଘରୁ କୋର୍ଟ ଓ ସନ୍ଧ୍ୟାରେ ପାର୍କସାହିସ୍ଥିତ ଚାମ୍ବର୍‌ ଯିବାଆସିବା ସମୟକୁ ସେମାନେ ଟ୍ରାକ୍‌ କରି ଉଚିତ ସମୟ ବାଛିଥିଲେ। ଉମା ବିଷୋୟୀ, ଯୋଗେନ୍ଦ୍ର ରାଉତ ଏମାନଙ୍କୁ ମଳୟ ବିଷୋୟୀଙ୍କ ସହଯୋଗରେ ଅଳକାପୁରୀର ଶୂନ୍ୟଚନ୍ଦ୍ର ଦାସଙ୍କ ଘରେ ଭଡ଼ାରେ ରହିବା ବ୍ୟବସ୍ଥା କରିଥିଲେ। 

ଆହୁରି ପଢ଼ନ୍ତୁ: Death Prisoner ବାଲିଗୁଡ଼ା ଉପ କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ବିହାରୀ ସାର୍ପସୁଟର୍‌ ପୀତବାସଙ୍କୁ ହତ୍ୟା କରିଥା’ନ୍ତେ। ହେଲେ ସେମାନଙ୍କ ମଧ୍ୟରୁ ଜଣଙ୍କ ପତ୍ନୀଙ୍କ ଗର୍ଭନଷ୍ଟ ହୋଇଯିବାରୁ ସେମାନେ ହତ୍ୟା ନ କରି ଫେରି ଯାଇଥିଲେ। ଫଳରେ ଉମା ନିଜ ଗାଁ କୁକୁଡ଼ାଖଣ୍ଡି ବ୍ଲକ୍‌ ବନ୍ଥପଲ୍ଲୀରୁ କୁରୁପତି ଭୂୟାଁ ଓ ଚିଣ୍ଟୁ ପ୍ରଧାନଙ୍କୁ ଡକାଇଥିଲା। ବେଙ୍ଗାଲୁରୁରୁ ଚିଣ୍ଟୁ ବସ୍‌ ଯୋଗେ ଆସି ବ୍ରହ୍ମପୁର ବସ୍‌ଷ୍ଟାଣ୍ଡରେ ଓହ୍ଲାଇଥିଲା ବେଳେ କୁରୁପତି ବନ୍ଥପଲ୍ଲୀରୁ ଆସି ପହଞ୍ଚିଥିଲା। ଯୋଗୀ ଓ ଉମା ସେମାନଙ୍କୁ ପୀତବାସଙ୍କ ଘର ପାଖରେ ମେସ୍‌ କରି ରହିବା ପାଇଁ ଉଦ୍ଦିଷ୍ଟ ଭଡ଼ାଘରେ ରଖାଇଥିଲେ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe