ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

ଭୁବନେଶ୍ବରସ୍ଥିତ ପରିଷଦ କାର୍ଯ୍ୟାଳୟରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ବାହାରିଛି।

ଅଦ୍ୟତନ ହୋଇଛି
Plus two result1

Plus two result1 Photograph: (sambad.in)

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ବାହାରିଛି। ଭୁବନେଶ୍ବରସ୍ଥିତ ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସଚିବ ଶାଳିନୀ ପଣ୍ଡିତ, ପରିଷଦ ଅଧ୍ୟକ୍ଷ ମୃଣାଳକାନ୍ତି ଦାସ, ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ାଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। 

ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ଫଳ-୨୦୨୫ ପ୍ରକାଶିତ ହୋଇଛି। ଏଥର ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ। ଝିଅଙ୍କ ପାସ୍ ହାର ୮୭.୨୪ ଥିବା ବେତଳେ ପୁଅଙ୍କ ପାସ୍ ହାର ୭୭.୮୮ ପ୍ରତିଶତ। ବିଜ୍ଞାନରେ ୮୭.୪୯ ପ୍ରତିଶତ, କଳାରେ ୮୦.୫୧ ପ୍ରତିଶତ, ବାଣିଜ୍ୟରେ ୮୩.୦୨ ଓ ଧନ୍ଦାମୂଳକ ଶିକ୍ଷାରେ ୬୦.୫୭ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି।  

ସିଏଚ୍ଏସ୍ଇ ପକ୍ଷରୁ କୁହାଯାଇଛି ଯେ, ଯୁକ୍ତ୨ ବାର୍ଷିକ ପରୀକ୍ଷା-୨୦୨୫ ପାଇଁ ଏଥର ୩,୯୩,୬୧୮ ଜଣ ଫର୍ମ ଫିଲପ୍ କରିଥିଲେ। ଏଥିରୁ ୩,୮୨,୭୨୯ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ୩ ଲକ୍ଷ ୧୬ ହଜାର ୭୮୭ ଜଣ ଯୁକ୍ତ ପରୀକ୍ଷାରେ ପାସ୍ ହୋଇଛନ୍ତି। ଉର୍ତ୍ତୀର୍ଣ୍ଣ ହୋଇଥିବା ପିଲାମାନଙ୍କ ମଧ୍ୟରେ ୧,୪୨,୫୧୨ ଛାତ୍ର ଥିବା ବେଳେ ୧,୭୪,୨୫୧ ଜଣ ଛାତ୍ରୀ ଅଛନ୍ତି। 

ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି ଯେ, ଏକକାଳୀନ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ-୨୦୨୫ ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ସେମାନଙ୍କର ରେଜଲ୍ଟ ୱେବ୍‌ସାଇଟ୍‌ରେ ଦେଖିପାରିବେ।ପରୀକ୍ଷା ଫଳ ପ୍ରକାଶିତ ହୋଇଥିବା ବେଳେ ପରୀକ୍ଷାର୍ଥୀ https://results.odisha.gov.inhttps://results.digilocker.gov.in ମାଧ୍ୟମରେ ସେମାନଙ୍କ ଫଳ ଜାଣିପାରିବେ।

 CHSE | Education

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe