Police Si Exam Fraud:ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲା, ଏବେବି ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଫେରାର

Advertisment

ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଖୋଲୁଛି ଗୁମର। ଏହି ମାମଲାରେ ଦୁଇ ପ୍ରମୁଖ ସହଯୋଗୀଙ୍କ ସହ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ, କିନ୍ତୁ ଏବେବି ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଫେରାର ଅଛି।

ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଖୋଲୁଛି ଗୁମର। ଏହି ମାମଲାରେ ଦୁଇ ପ୍ରମୁଖ ସହଯୋଗୀଙ୍କ ସହ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ, କିନ୍ତୁ ଏବେବି ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଫେରାର ଅଛି।

Untitled-10

ଭୁବନେଶ୍ବର: ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଖୋଲୁଛି ଗୁମର। ଏହି ମାମଲାରେ ଦୁଇ ପ୍ରମୁଖ ସହଯୋଗୀଙ୍କ ସହ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ, କିନ୍ତୁ ଏବେବି ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଫେରାର ଅଛି।  ଶଙ୍କରର ଦୁଇ ପ୍ରମୁଖ ସହଯୋଗୀ ମୁନା ମହାନ୍ତି ଏବଂ ଅରବିନ୍ଦ ଦାସ ଗିରଫ ହୋଇଛନ୍ତି। ଏଥିସହ କେଳେଙ୍କାରୀ ଧରାପଡ଼ିବା ପରେ ଆଇନଗତ ଏବଂ ଅନ୍ୟ ସହାୟତା କରିଥିବା ଶ୍ରୀକାନ୍ତ ମହାରଣା, ସୌମ୍ୟା ପ୍ରିୟଦର୍ଶିନୀ ସାହୁ ଓ ଅଭିମନ୍ୟୁ ଦୋରାଙ୍କ ମଧ୍ୟ ଗିରଫ କରାଯାଇଛି ।

ଆହୁରି ପଢ଼ନ୍ତୁ:Raped Murdered: ଓଡ଼ିଆ ମହିଳାଙ୍କୁ ହାଇଦ୍ରାବାଦରେ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଦିଲ୍ଲୀରେ ରହି ରିମୋଟ କଂଟ୍ରୋଲ  କରୁଥିଲେ ଶଙ୍କର ପୃଷ୍ଟି

ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଅପରାଧିକ ପୃଷ୍ଠଭୂମି ରହିଛି। ସେ ଦିଲ୍ଲୀରେ ରହି ରିମୋଟ କଂଟ୍ରୋଲ  କରୁଥିଲେ। ପରୀକ୍ଷା ଦୁର୍ନୀତି ଧରାପଡିବା ପରେ ସେ ଫେରାର ହୋଇଯାଇଛି । ତାକୁ ଧରିବାକୁ ଉଦ୍ୟମ ଚଳାଇଥିବା ଆଜି କ୍ରାଇମବ୍ରାଞ୍ଚ ଡିଜି ସୂଚନା ଦେଇଛନ୍ତି। ଶଙ୍କର ଧରାପଡିବା ପରେ ଏଥିରେ ଅନ୍ୟ ରାଜୈନତିକ ବ୍ୟକ୍ତି ଅବା ଏହା ପଛରେ କିଏ ତାହା ଜଣାପଡିବ ବୋଲି କୁହାଯାଇଛି। କ୍ରାଇମବ୍ରାଞ୍ଚ ଡିଜିଙ୍କ ସୂଚନା ମୁତାବକ ପରୀକ୍ଷାର୍ଥୀ ନେଇ ଦୁଇଟି ମୋଡୂଲ୍ କରାଯାଇଥିଲା । ମୁନା ମହାନ୍ତି ବିଜୟନଗରମ ଦାୟିତ୍ଵରେ ଥିଲା, ଯେଉଁଥିରେ ୧୧୪ ଜଣ ପିଲାଙ୍କୁ ଟ୍ରେନିଂ ଦିଆଯାଇଥାନ୍ତା।

ଆହୁରି ପଢ଼ନ୍ତୁ:ପୁଲିସ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ: କ୍ରାଇମବ୍ରାଞ୍ଚର ଚଢ଼ଉ, ୩ ଅଭିଯୁକ୍ତ ଗିରଫ

Police Si Exam Fraud

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe