ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ

Advertisment

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ପୁରୀରେ ପହଞ୍ଚିଛନ୍ତି। ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର ପ୍ରମୁଖ ସ୍ବାଗତ କରିଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ପୁରୀରେ ପହଞ୍ଚିଛନ୍ତି। ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର ପ୍ରମୁଖ ସ୍ବାଗତ କରିଛନ୍ତି।

ନିର୍ବାଚନ ପରେ ଘୋଡ଼ାବେପାରକୁ ରୋକିବାକୁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ୭ ପୂର୍ବତନ ବିଚାରପତି


ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ପୁରୀରେ ପହଞ୍ଚିଛନ୍ତି। ତାଙ୍କ ବିମାନ ସମଙ୍ଗ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରିଛି। ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର, ପୁଲିସ ଡିଜି, ପୁରୀ ଜିଲ୍ଲାପାଳ ପ୍ରମୁଖ ସ୍ବାଗତ କରିଛନ୍ତି। ସେଠାରୁ ରାଷ୍ଟ୍ରପତି ଶ୍ରୀମନ୍ଦିରକୁ ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ତେଣେ ପୁରୀ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ହୋଇଛି। ହଜାର ହଜାର ଲୋକ ରାସ୍ତାରେ ରାଷ୍ଟ୍ରପତିଙ୍କ ଝଲକ ପାଇବାକୁ ଅପେକ୍ଷା କରିଛନ୍ତି। ରାଷ୍ଟ୍ରପତି ଗାଡ଼ିରୁ ଓହ୍ଲାଇ ଚାଲିଚାଲି ଶ୍ରୀମନ୍ଦିରକୁ ଯାଉଛନ୍ତି ଏବଂ ଲୋକଙ୍କ ସହ ମିଶୁଛନ୍ତି। ଶ୍ରୀମନ୍ଦିରରୁ ବାହାରିବା ପରେ ରାଷ୍ଟ୍ରପତି ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟକୁ ଯିବେ। ସେଠାରେ କାର୍ଯ୍ୟକ୍ରମ ସାରି ପୁରୀ ରାଜଭବନକୁ ଯିବେ।

ଏଣେ ଆଜି  ନୌସେନା ଦିବସରେ ପୁରୀ ସମୁଦ୍ରର ଅଥଳ ଜଳରାଶିରେ ନୌବୀରମାନେ ଅପରେସନ୍ କୌଶଳ ଦେଖାଇବେ। ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିବେ। ନୌସେନାର ଏହି ପରାକ୍ରମକୁ ଦେଖିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ପହଞ୍ଚିବେ। ଏଥିପାଇଁ ପୁରୀ ବ୍ଲୁ ଫ୍ଲାଗ ବିଚରେ ସମସ୍ତ ପ୍ରସ୍ତୁତି ସରିଛି। ଭାରତୀୟ ନୌସେନା ଜଲସା, ମିଶାଇଲ୍ ଡେଷ୍ଟ୍ରୋୟର ଆଇଏନ୍‌ଏସ୍‌ ଦିଲ୍ଲୀ, ଆଇଏନ୍‌ଏସ୍‌ ଶକ୍ତି, ଆଇଏନ୍‌ଏସ୍‌ ସର୍ୟୁ, ଆଇଏନ୍‌ଏସ୍‌ ଅରିହନ୍ତ, ଆଇଏନ୍‌ଏସ୍‌ ସାତପୁରା ପ୍ରମୁଖ ନେଭି ଡେ' ଉତ୍ସବରେ ପରାକ୍ରମ ଦେଖାଇବେ। ସେହିପରି ହକ୍, ସି-କିଙ୍ଗ, ମିଗ୍-୨୯ ଭଳି ଫାଇଟର ଜେଟ୍ ଓ ଚେତକ, ଏମ୍‌ଏସ୍‌-୬୦ ହେଲିକପ୍ଟର ନୌସେନାର ବୀରତ୍ୱ ମଧ୍ୟ ଦେଖାଇବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe