ମାର୍ଚ୍ଚ ୨୪ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ କାଳରେ ସେ ପ୍ରଭୁ ନୀଳମାଧବଙ୍କୁ ଦର୍ଶନ କରିବେ। ତାଙ୍କର ଗସ୍ତକାଳରେ ସେ ଆସନ୍ତା ୨୪ ତାରିଖ ଅପରାହ୍ଣ ସାଢ଼େ ୧୨ଟାରେ ନୟାଗଡ଼ ଜିଲ୍ଲା କଣ୍ଟିଲୋରେ ପହଞ୍ଚିବେ।

President of India

President of India Photograph: (sambad.in)

ଭୁବନେଶ୍ବର/ନୟାଗଡ଼: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ କାଳରେ ସେ ପ୍ରଭୁ ନୀଳମାଧବଙ୍କୁ ଦର୍ଶନ କରିବେ। ତାଙ୍କର ଗସ୍ତକାଳରେ ସେ ଆସନ୍ତା ୨୪ ତାରିଖ ଅପରାହ୍ଣ ସାଢ଼େ ୧୨ଟାରେ ନୟାଗଡ଼ ଜିଲ୍ଲା କଣ୍ଟିଲୋରେ ପହଞ୍ଚିବେ। ଶ୍ରୀମତୀ ମୁର୍ମୁ ଭଗବାନ ନୀଳ ମାଧବ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ ନେବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ନୟାଗଡ଼ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। 


ସୂଚନା ଅନୁସାରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଆସନ୍ତା ୨୪ ତାରିଖ ଦିନ ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଛତିଶଗଡ଼ର ରାଜଧାନୀ ରାୟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ବାହାରି ଅପରାହ୍ଣ ସାଢ଼େ ୧ଟାରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ପରେ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋର ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଅବତରଣ କରିବେ।

 

ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସେଦିନ ଅପରାହ୍ଣ ୩ଟା ୩୫ରେ ନୟାଗଡ଼ କାଳିଆପଲ୍ଲୀରେ ଭାରତୀୟ ବିଶ୍ବାବସୁ ସମାଜ ଫାଉଣ୍ଡେସନର ପ୍ରତିଷ୍ଠ ଦିବସ ଉତ୍ସବରେ ମୁଖ୍ୟ ଅତିଥି ହେବେ। ସେଦିନ ସେ ଭୁବନେଶ୍ବରରେ ରାତ୍ରିଯାପନ କରିବେ। ପରଦିନ ଅର୍ଥାତ ମାର୍ଚ୍ଚ ୨୫ ତାରିଖ ସକାଳେ ବାୟୁସେନା ବିମାନରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

 President of India | Nayagarh | Nilamadhaba

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe