ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି, ଗତ ମଧ୍ୟରାତ୍ରିରୁ ଆଜି ସକାଳ ସୁଦ୍ଧା ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ ହୋଇଛି । ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିଵା ପାଇଁ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି । ଆମର ଟିମ ୱାର୍କ ଓ ପ୍ରଶାସନିକ ତତ୍ପରତା ଯୋଗୁଁ ବିଶେଷ କ୍ଷୟକ୍ଷତି ହୋଇନାହିଁ । ଯେଉଁ ସବୁ ଜାଗାରେ ଗଛ ପଡି ରାସ୍ତା ଅବରୋଧ ହୋଇଛି ଆଜି ଅପରାହ୍ନ ଗୋଟେ ସୁଦ୍ଧା ସେ ସବୁ କ୍ଲିୟର କରାଯିବ । ବିଦ୍ୟୁତ୍ ପୁଣି ଆଜି ସନ୍ଧ୍ୟା ସୁଦ୍ଧା ଆସିଯିବ । ବିମାନ ଚଳାଚଳ ସ୍ୱାଭାବିକ ହୋଇଛି । ଆଜି ସକାଳ ୯ଟା ସମୟରେ ପ୍ରଥମ ବିମାନ ଅବତରଣ କରିବ । ଟେଲିଫୋନ ସେବା ସ୍ୱାଭାବିକ ଅଛି । ସ୍ୱାସ୍ଥ୍ୟ ସେବା ମଧ୍ୟ ସ୍ୱାଭାବିକ ଭାବେ ଯାରି ରହିଛି । ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ଓ ମା ଗୃହକୁ ସ୍ଥାନାନ୍ତରିତ ହୋଇଥିବା ଗର୍ଭବତୀ ମହିଳା ମାନଙ୍କ ମଧ୍ୟରୁ ୧୬ ଶହ ଶିଶୁ ଜନ୍ମ ହୋଇଛନ୍ତି । ଉଭୟ ମା ଓ ଶିଶୁ ସୁସ୍ଥ ଅଛନ୍ତି ।
ମହାପ୍ରଭୁଙ୍କ କୃପାରୁ ଆମେ ସମସ୍ତେ ଏହି ବାତ୍ୟାକୁ ସଫଳ ଭାବେ ମୁକାବିଲା କରିପାରିଲେ । ଏଥିପାଇଁ ଜନସାଧାରଣ, ପ୍ରଶାସନିକ ଅଧିକାରୀ, ଉଦ୍ଧାରକାରୀ ଦଳ, ଜନପ୍ରତିନିଧି, ଡାକ୍ତରୀ ଦଳ, ପୁଲିସ ଓ ଅଗ୍ନିଶମ ବାହିନୀଙ୍କୁ ଧନ୍ୟବାଦ ଦେଉଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2024/10/21/b13D48Sx0wN8zmZYDGij.png)