ଓଡ଼ିଆ ଅସ୍ମିତା କେନ୍ଦ୍ରର ଭତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଓଡ଼ିଶା ଆସୁଛନ୍ତି। ରାଜ୍ୟରେ ବିଜେପି ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ଏପର୍ଯ୍ୟନ୍ତ ୨ ଥର ଗସ୍ତ କରିସାରିଥିବା ବେଳେ ତୃତୀୟ ଗସ୍ତ ନଭେମ୍ବର ମାସରେ କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତା ୧୫ ତାରିଖ ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି।

Updated On

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଓଡ଼ିଶା ଆସୁଛନ୍ତି। ରାଜ୍ୟରେ ବିଜେପି ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ଏପର୍ଯ୍ୟନ୍ତ ୨ ଥର ଗସ୍ତ କରିସାରିଥିବା ବେଳେ ତୃତୀୟ ଗସ୍ତ ନଭେମ୍ବର ମାସରେ କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତା ୧୫ ତାରିଖ ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି।

ଅଦ୍ୟତନ ହୋଇଛି
modi

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଓଡ଼ିଶା ଆସୁଛନ୍ତି। ରାଜ୍ୟରେ ବିଜେପି ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ଏପର୍ଯ୍ୟନ୍ତ ୨ ଥର ଗସ୍ତ କରିସାରିଥିବା ବେଳେ ତୃତୀୟ ଗସ୍ତ ନଭେମ୍ବର ମାସରେ କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତା ୧୫ ତାରିଖ ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତକାଳରେ ସେ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏଥିରେ ଓଡ଼ିଆ ଅସ୍ମିତା କେନ୍ଦ୍ରର ଭତ୍ତିପ୍ରସ୍ତର ସ୍ଥାପନ ମଧ୍ୟ ସାମିଲ ରହିଛି। କେନ୍ଦ୍ର ଜନଜାତି ମନ୍ତ୍ରୀ ଜୁଏଲ ଓରାମ ଏହି ସୂଚନା ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦୀ ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଗସ୍ତ କରୁଛନ୍ତି। ସେ ସେହିଦିନ ସହିଦ ମାଧୋସିଂ ହାତଖର୍ଚ୍ଚ ବୃତ୍ତି ଯୋଜନା ଶୁଭାରମ୍ଭ କରିବେ। ଏହି ଅବସରରେ ୪୫୦ଟି ପ୍ରାଥମିକ ସ୍କୁଲ ହଷ୍ଟେଲ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଦିନ ୧୧ଟାରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ହେଲିକପ୍ଟରରେ ରାଉରକେଲା ଯିବେ। 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ନେଇ ରାଜ୍ୟ ସରକାରଙ୍କ ତରଫରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସେହିପରି ବିଜେପି ନେତାମାନେ ମଧ୍ୟ ମୋଦୀଙ୍କ ଗସ୍ତକୁ ସଫଳ କରିବାରେ ଉଦ୍ୟମ ଆରମ୍ଭ କରିଦେଇଛନ୍ତି। 

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସିଥିଲେ। ସେହିଦିନ ସେ ନିଜ ଜନ୍ମଦିନ ଅବସରରେ ରାଜ୍ୟ ସରକାରଙ୍କ ବହୁ ପ୍ରତିକ୍ଷୀତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ। ଏହା ପୂର୍ବରୁ ସେ ଗତ ଜୁନ ୧୨ ତାରିଖ ଦିନ ଓଡ଼ିଶା ଆସିଥିଲେ। ମୋହନ ମାଝୀ ଓ ତାଙ୍କର କ୍ୟାବିନେଟ ପାଇଁ ଭୁବନେଶ୍ବରରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଶ୍ରୀ ମୋଦୀ ଯୋଗ ଦେଇଥିଲେ। ଉଭୟ କାର୍ଯ୍ୟକ୍ରମ ସ୍ଥାନୀୟ ଜନତା ମଇଦାନରେ ଅନୁଷ୍ଠିତ ହୋଇଥିଲା। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe