ଭୁବନେଶ୍ବର: ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇପାରେ। ଖାଲି ସେତିକି ନୁହେଁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏହି କାର୍ଯ୍ୟକ୍ରମର ସ୍ଥାନ ବଦଳିପାରେ ବୋଲି ଚର୍ଚ୍ଚା ହେଉଛି। କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାରସୁଗୁଡ଼ାର ଅମୁଲିପାଲି ପଡ଼ିଆରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ। କିନ୍ତୁ ଏନେଇ କୌଣସି ବିଜେପି କିମ୍ବା ସରକାରୀସ୍ତରରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।
ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇପାରେ। ଖାଲି ସେତିକି ନୁହେଁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏହି କାର୍ଯ୍ୟକ୍ରମର ସ୍ଥାନ ବଦଳିପାରେ ବୋଲି ଚର୍ଚ୍ଚା ହେଉଛି। କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାରସୁଗୁଡ଼ାର ଅମୁଲିପାଲି ପଡ଼ିଆରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ। କିନ୍ତୁ ଏନେଇ କୌଣସି ବିଜେପି କିମ୍ବା ସରକାରୀସ୍ତରରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।
ଆସନ୍ତା ୨୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପଛକୁ ପଛ ଲଘୁଚାପ ଥିବାରୁ କାର୍ଯ୍ୟକ୍ରମ ବାତିଲ ନେଇ ସୂଚନା ମିଳୁଛି। ପାଗ ଖରାପ ଯୋଗୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ ବାତିଲ୍ ହୋଇପାରେ। ୨୭ରେ ବ୍ରହ୍ମପୁର ଆସିଥାନ୍ତେ ପ୍ରଧାନମନ୍ତ୍ରୀ । ଏନେଇ ଗତକାଲି ପୁଲିସ ଡିଜି ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଏପଟେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମଧ୍ୟ ସମୀକ୍ଷା କରିଥିଲେ। ରଙ୍ଗେଇଲୁଣ୍ଡାରେ ଯେଉଁ ଟେଣ୍ଟ୍ ବନ୍ଧା ଯାଇଥିଲା, ତାକୁ ଖୋଲି ଦିଆଯାଉଛି । ଟେଣ୍ଟ୍ ଖୋଲିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଆସିଛି। କିନ୍ତୁ କୌଣସି ଅଫିସିଆଲ୍ ନିର୍ଦ୍ଦେଶ ଆସିନଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।