ଜହ୍ନପଙ୍କ: ବୌଦ୍ଧ ବ୍ଲକ ବଘିଆପଡ଼ା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛିl ଜିଲ୍ଲାପାଳଙ୍କ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ଓ ଆରକ୍ଷୀ ଅଧୀକ୍ଷକଙ୍କ ଅନୁପସ୍ଥିତିରେ ଉପଆରକ୍ଷୀ ଅଧୀକ୍ଷକ ଶିବିରରେ ଯୋଗ ଦେଇ ଆସିଥିବା ବିଭିନ୍ନ ଗୋଷ୍ଠୀ ଗତ ଓ ବ୍ୟକ୍ତିଗତ ସମସ୍ୟା ଗୁଡିକର ସମାଧାନ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ବୌଦ୍ଧ ବିଡ଼ିଓ ଯୁଧିଷ୍ଠିର ମେହେରଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ସମାଧାନରେ ସହଯୋଗ କରିଥିଲେ।
Boudh
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/05/27/QZFzyJvNEtfXZ4sNrrun.jpg)