ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ପୁଞ୍ଜିଲାଲ ମେହେରଙ୍କୁ ଆଜୀବନ କାରାଦଣ୍ଡ

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ରାୟ ଆଜି ପ୍ରକାଶ ପାଇଛି। ମାମଲାର ଏକମାତ୍ର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ପାଟଣାଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌।

ଅଦ୍ୟତନ ହୋଇଛି
ରାୟପୁରରେ ପହଞ୍ଚି ପୁଞ୍ଜିଲାଲ ପାର୍ସଲବୋମାକୁ କିପରି କରିଥିଲା କୋରିୟର ତାହାର ଦେଖାଇବ ଡେମୋ

ପାଟଣାଗଡ଼: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ରାୟ ଆଜି ପ୍ରକାଶ ପାଇଛି। ମାମଲାର ଏକମାତ୍ର ଅଭିଯୁକ୍ତ ପୁଞ୍ଜିଲାଲ ମେହେରକୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ପାଟଣାଗଡ଼ ଅତିରିକ୍ତ ଜିଲା ଦୌରାଜଜ୍। ମୃତ୍ୟୁ ଯାଏ ସେ ଜେଲରେ ରହିବେ ବୋଲି ସରକାରୀ ଓକିଲ କହିଛନ୍ତି। ଏହାଛଡ଼ା ତାଙ୍କୁ ୫୦ ହଜାର ଟଙ୍କାର ଜରିମାନା ବି କରାଯାଇଛି।

୨୦୧୮, ଫେବ୍ରୁଆରି ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ବାହାଘର ଭୋଜିରେ ମିଳିଥିବା ଉପହାର ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଜେଜେ ମା'ଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରୀମାଙ୍କୁ ବଲାଙ୍ଗୀର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସୌମ୍ୟଶେଖରଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ରୀମାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାକୁ ନେଇ ପ୍ରଥମେ ପାଟଣାଗଡ଼ ଥାନା ପୁଲିସ ଫେବ୍ରୁଆରି ୨୩ ତାରିଖରେ ଦଫା ୩୦୨, ୩୦୭ ଏବ˚ ଏକ୍ସପ୍ଲୋସିଭ୍‌ ସବ୍‌ଷ୍ଟାନ୍ସ ଆକ୍ଟର ଧାରା ୩ ଓ ୪ରେ ମାମଲା ରୁଜୁ କରିଥିଲା। ମାମଲାକୁ ମାର୍ଚ୍ଚ ୨୩ ତାରିଖରେ କ୍ରାଇମ୍‌ବ୍ରାଞ୍ଚର ଏସ୍‌ଆଇଟିକୁ ହସ୍ତାନ୍ତର କରାଯାଇଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଭଇଁସା କଲେଜର ଇ˚ରାଜୀ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮, ଏପ୍ରିଲ ୨୫ରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା।

ସୂଚନାଯୋଗ୍ୟ, ୨୦୧୮, ଫେବ୍ରୁଆରି ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ବାହାଘର ଭୋଜିରେ ମିଳିଥିବା ଉପହାର ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଜେଜେ ମା'ଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରୀମାଙ୍କୁ ବଲାଙ୍ଗୀର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସୌମ୍ୟଶେଖରଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ରୀମାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାକୁ ନେଇ ପ୍ରଥମେ ପାଟଣାଗଡ଼ ଥାନା ପୁଲିସ ଫେବ୍ରୁଆରି ୨୩ ତାରିଖରେ ଦଫା ୩୦୨, ୩୦୭ ଏବ˚ ଏକ୍ସପ୍ଲୋସିଭ୍‌ ସବ୍‌ଷ୍ଟାନ୍ସ ଆକ୍ଟର ଧାରା ୩ ଓ ୪ରେ ମାମଲା ରୁଜୁ କରିଥିଲା। ମାମଲାକୁ ମାର୍ଚ୍ଚ ୨୩ ତାରିଖରେ କ୍ରାଇମ୍‌ବ୍ରାଞ୍ଚର ଏସ୍‌ଆଇଟିକୁ ହସ୍ତାନ୍ତର କରାଯାଇଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଭଇଁସା କଲେଜର ଇ˚ରାଜୀ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮, ଏପ୍ରିଲ ୨୫ରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା।


ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe