ଭୁବନେଶ୍ବର: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ଥିବା ବେଳେ ଦିନକ ପରେ ବର୍ଷା ହୋଇପାରେ। ପାଣିପାଗ ବିଭାଗର ଆକଳନ ସତ ହେଲେ ଲୋକଙ୍କୁ ପ୍ରବଳ ଗ୍ରୀଷ୍ମପ୍ରବହାରୁ ଆଶସ୍ତି ମିଳିପାରିବ।
ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୮ ତାରିଖ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିରେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ରହିଛି। ଏହି ସବୁ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପିଛା ୩୦ରୁ ୪୦ କିମି ରହିପାରେ।
ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ରାଜ୍ୟବାସୀଙ୍କ ଜନଜୀବନକୁ ଅସ୍ତବ୍ୟସ୍ଥ କରିଦେଉଥିଲା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ଆସିପାରେ। ପାଣିପାଗ ବିଭାଗ ଅନୁଯାୟୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିଲା ବେଳେ ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟିହେବ।
ସେହିପରି ୯ ତାରିଖ ଦିନ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ପାଣିପାଗ ବିଭାଗର ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ବର୍ଷା ନେଇ ଆଲର୍ଟ କରାଯାଇଛି। ଅପ୍ରେଲ ୧୦ ତାରିଖରେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଗତ ଦୁଇଦିନ ଧରି ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ବୃଦ୍ଧି ଦେଖିବାକୁ ମିଳିଛି। ୪୦ ଡିଗ୍ରି ଉପରେ ୩ ସହର ରହିଥିବା ବେଳେ ୭ସହରର ତାମପାତ୍ରା ୩୯ ଡିଗ୍ରି ଉପରେ ଥିଲା। ଟିଟିଲାଗଡ଼ରେ ସର୍ବାଧିକ ୪୦.୫ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୋନପୁରରେ ୪୦.୧ ଓ ବୌଦ୍ଧ ୪୦ ଡିଗ୍ରି ରେକର୍ଡ କରାଯାଇ ଥିଲା। ଆଜି(ରବିବାର) ଓ ଆସନ୍ତାକାଲି(ସୋମବାର) ମଧ୍ୟ ଗ୍ରୀଷ୍ମ ପ୍ରବାହର ପ୍ରଭାବ ଜାରି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ତେବେ କାଳବୈଶାଖୀ ଯୋଗୁଁ ବର୍ଷା ହେଲେ ଲୋକଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିବ ବୋଲି ପୂର୍ବାନୁମାନ କରାଯାଉଛି।
IMD | Weather | Rain in Odisha
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/04/06/3p1pmOpUTTxVYPzGqbPg.jpg)