ଡିସେମ୍ବର ୨୧ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ

Advertisment

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ-ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ-ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି।

rainfall

ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ-ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ହାଲୁକାରୁ ଅତ୍ୟନ୍ତ ହାଲୁଆ ଧରଣର ବର୍ଷା କିଛି ସ୍ଥାନରେ ହେବାର ଅଛି। 

ଏହି ଖବର ପଢ଼ନ୍ତୁ: ୫ଦିନ ଯାଏଁ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା

ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରାମା ମହାନ୍ତି କହିଛନ୍ତି, ରାଜ୍ୟରେ ଆଗାମୀ ୫ ଦିନ ପାଇଁ ପାଗ ମୁଖ୍ୟତଃ ଶୁଖିଲା ସହ ମେଘୁଆ ରହିବ। କିନ୍ତୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି। ୧୯ ତାରିଖରେ ପାଗ ମେଘୁଆ ରହିବା। ପୁରୀ, କେନ୍ଦ୍ରାପଡ଼ା, ଗଜପତି, ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଥିବା ବେଳେ ଗୋଟେ ୨ଟି ସ୍ଥାନରେ ମଧ୍ୟମଧରଣର ବର୍ଷା ହେବାର ଅଛି।

ଏହି ଖବର ପଢ଼ନ୍ତୁ: ପୁଣି ୩ ଏତଲାକାରୀ ଓହରିଲେ

ଡିସେମ୍ବର ୨୦ ତାରିଖରେ ମଧ୍ୟ ବର୍ଷା ଲାଗି ରହିବ। ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ଅଛି। ୨୧ ତାରିଖରେ ହାଲୁକାରୁ ଅତ୍ୟନ୍ତ ହାଲୁକା ବର୍ଷା ହେବାର ଅଛି। ପାଗ ମେଘୁଆ ଥିବାରୁ ଗୋଟେ କିମ୍ବା ୨ଟି ସ୍ଥାନରେ ହାଲୁକା କୁହୁଡ଼ି ଦେଖାଯିବ।

ମନୋରମା ମହାନ୍ତି, ନିର୍ଦ୍ଦେଶିକା, ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଏହି ଖବର ପଢ଼ନ୍ତୁ: ଉମର ଖାଲିଦକୁ ଅନ୍ତରୀଣ ଜାମିନ

ଗତ ୨୪ଘଣ୍ଟାରେ ସର୍ବନିମ୍ନ ତାପମାତ୍ରା ୨ ରୁ ୩ ଡ଼ିଗ୍ରି ବଢ଼ିଛି। ଆଗାମୀ ୪୮ ଘଣ୍ଟା ଭିତରେ ଆହୁରି ୨ରୁ ୩ ଡିଗ୍ରି ପାରଦ ଖସିବ। ପରେ ତାପମାତ୍ରା ସାଧାରଣ ରହିବ। ଆଗାମୀ ୨୪ ଘଣ୍ଟାରେ ସର୍ବନିମ୍ନ ତାପମାତ୍ରା ୭.୨ ରାଉରକେଲାରେ ଦେଖା ଯାଇଥିଲା। ଝାରସୁଗୁଡ଼ାରେ ୮.୬, ସୁନ୍ଦରଗଡ଼ରେ ୮.୧, ଫୁଲବାଣୀ ଓ ବୌଦ୍ଧରେ ୧୦ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ଦକ୍ଷିଣ ବଙ୍ଗୋସାଗରରେ ସୃଷ୍ଟ ଏକ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି।  

ଏହି ଖବର ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ନୂଆ ଯୋଜନାକୁ ସହିପାରୁନି ବିଜେଡି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe