‘ଆହୁରି ୭ ଦିନ ଜାରି ରହିପାରେ ବର୍ଷା, ମେ’ ୨୭ରେ ଲଘୁଚାପ କ୍ଷେତ୍ର ସମ୍ଭାବନା‘

ରାଜ୍ୟରେ ବିଗତ କିଛି ଦିନ ହେଲା କାଳବୈଶାଖୀ ସହିତ ବର୍ଷା ଜାରି ରହିଛି। ଗ୍ରୀଷ୍ମଦିନରେ ନିଦାଘ ଖରା ନାହିଁ। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି।

Manorama Mohanty

Manorama Mohanty Photograph: (sambad.in )

ଭୁବନେଶ୍ବର: ଦେଶର ଅନେକ ରାଜ୍ୟରେ ବର୍ଷା ଜାରି ରହିଛି। ଏଥିରୁ ଓଡ଼ିଶା ମଧ୍ୟ ବାଦ୍‌ ପଡ଼ିନାହିଁ। ରାଜ୍ୟରେ ବିଗତ କିଛି ଦିନ ହେଲା କାଳବୈଶାଖୀ ସହିତ ବର୍ଷା ଜାରି ରହିଛି। ଗ୍ରୀଷ୍ମଦିନରେ ନିଦାଘ ଖରା ନାହିଁ। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଅଧିକାଂଶ ସ୍ଥାନରେ ବର୍ଷା ସହିତ ଝଟ୍‌କା ପବନ ବହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। 

ଶ୍ରୀମତୀ ମହାନ୍ତି କହିଛନ୍ତି, ଗତକାଲି କେରଳରେ ମୌସୁମୀ ସ୍ପର୍ଶ କରିଛି। ଏହା ଧୀରେଧୀରେ ଆଗକୁ ଅଗ୍ରସର ହେଉଛି। କିନ୍ତୁ ଓଡ଼ିଶାକୁ ମୌସୁମୀ ଆସିବାରେ ଟିକେ ସମୟ ଲାଗିବ। ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପରେ ଓଡ଼ିଶାକୁ ମୌସୁମୀ ଆସିବ।

ଦିଲ୍ଲୀ, କେରଳ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ଛତିଶଗଡ଼ରେ ବର୍ଷା ଜାରି ରହିଛି। ରାଷ୍ଟ୍ରୀୟ ରାଜଧାନୀରେ ଶନିବାର ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ତଳିଆ ଅଞ୍ଚଳରେ ପାଣି ଭର୍ତ୍ତି ହୋଇଛି। କାଳବୈଶାଖୀ ଯୋଗୁଁ ଶତାଧିକ ଗଛ ଉପୁଡ଼ି ପଡ଼ିଥିବା ବେଳେ କିଛି ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଭାଙ୍ଗିଛି। ସେହିପରି କାଳବୈଶାଖୀ ବସ୍ତି ଅଞ୍ଚଳରେ ବ୍ୟାପକ କ୍ଷତି କରିଛି। ରାସ୍ତାରେ ଯାତାୟତ ପ୍ରଭାବିତ ହୋଇଛି। ବର୍ଷା ଯୋଗୁଁ ଆଜି ଅନେକଗୁଡ଼ିଏ ବିମାନ ଉଡ଼ାଣ ମଧ୍ୟ ପ୍ରଭାବିତ ହୋଇଛି। ଏହା ଦ୍ବାରା ଯାତ୍ରୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ବିମାନବନ୍ଦରରେ ଅପେକ୍ଷା କରିବାକୁ ପଡ଼ିଛି ଅଥବା ବିକଳ୍ପ ଉପାୟ ବାହାର କରିବାକୁ ପଡ଼ିଛି। 

ରାଜ୍ୟରେ ଜାରି ରହିଥିବା ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୨୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ କେନ୍ଦ୍ର ସୃଷ୍ଟି ହେବ। କିନ୍ତୁ ଏହି ଲଘୁଚାପ ବାତ୍ୟା ରୂପ ନେବାର ସମ୍ଭାବନା ନାହିଁ। ଏହାକୁ ଅପପ୍ରଚାର କରାଯାଉଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବାତ୍ୟା ନେଇ କୌଣସି ସୂଚନା ଦିଆଯାଇ ନାହିଁ। 

Rain in Odisha | IMD | Manorama Mohanty 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe