ରାଜ୍ୟରେ ୯ ତାରିଖ ଯାଏଁ ବର୍ଷା ସହିତ ବଜ୍ରପାତ ନେଇ ସତର୍କ ସୂଚନା ଜାରି

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହି ଲଘୁଚାପ ଗଣେଶ ପୂଜାରେ ଉପକୂଳ ଓଡ଼ିଶା ଭିଜାଇବ। ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ବୁଧବାର ସୃଷ୍ଟି ହେଇଥିଲା ଘୂର୍ଣ୍ଣିବଳୟ ଯୋଗୁଁ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି।

ଅଦ୍ୟତନ ହୋଇଛି
Rain

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହି ଲଘୁଚାପ ଗଣେଶ ପୂଜାରେ ଉପକୂଳ ଓଡ଼ିଶା ଭିଜାଇବ।
ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ବୁଧବାର ସୃଷ୍ଟି ହେଇଥିଲା ଘୂର୍ଣ୍ଣିବଳୟ ଯୋଗୁଁ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି। ଲଘୁଚାପ ପ୍ରଭାବରେ ଆଜିଠୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ନେଇ ସତର୍କତାଜାରି କରିଛି ପାଣିପାଗ ବିଭାଗ। 

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆଜିଠୁ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା ଏବଂ ବଲାଙ୍ଗୀରକୁ ସତର୍କତା ଜାରି କରିଛି  ବିଭାଗ। ସେହିପରି ୬ ତାରିଖରେ ଦକ୍ଷିଣ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୨ଟି ଜିଲ୍ଲକୁ ବଜ୍ରପାତ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି।

ଗଣେଶ ପୂଜାରେ ପ୍ରବଳ ବର୍ଷା ନେଇ ୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ନୟାଗଡ, ଅନୁଗୁଳ ଏବଂ ଢେଙ୍କାନାଳକୁ ସତର୍କତା ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe