Advertisment

୧୩ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ: ବିଷ ପିଇଦେଲେ ପୀଡ଼ିତା

Advertisment

ପୁରୀ ଜିଲ୍ଲା ସତ୍ୟବାଦୀରେ ଲଜ୍ଜା। ୧୩ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ହୋଇଛି । ମାନସିକ ଭାରସାମ୍ୟ ହରାଇ ବିଷ ପିଇଦେଲେ ନାବାଳିକା। ଗୁରୁତର ଅବସ୍ଥାରେ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ।

rape

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀରେ ଲଜ୍ଜା। ୧୩ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ହୋଇଛି । ମାନସିକ ଭାରସାମ୍ୟ ହରାଇ ବିଷ ପିଇଦେଲେ ନାବାଳିକା। ଗୁରୁତର ଅବସ୍ଥାରେ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ବରରେ ଚିକିତ୍ସା କରାଯାଉଛି। ଏନେଇ ବଳଙ୍ଗା ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତାଙ୍କ ବାପା। 

ନାବାଳିକା କତା କାମ କରିବାକୁ ଯାଇଥିବା ବେଳେ ଅଭିଯୁକ୍ତ ଅଜୁ ପ୍ରଧାନ ତାଙ୍କ ସହ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ତେବେ କୌଶଳକ୍ରମେ ନାବାଳିକାଜଣକ ଖସି ଆସିଥିଲେ। ଘଟଣା ସମ୍ପର୍କରେ କାହାକୁ ଜଣାଇଲେ ହତ୍ୟା କରିବାକୁ ଧମକ ଦେଇଥିଲା ଅଭିଯୁକ୍ତ। ଘରେ ପହଞ୍ଚି କୀଟନାଶକ ପିଇବା ପରେ ବାପାଙ୍କୁ ଫୋନ୍ କରି ଜଣାଇଥିଲେ ନାବାଳିକା । ଏନେଇ ଥାନାରେ ଅଭିଯୋଗ ପରେ ପୁଲିସ ଅଭିଯୁକ୍ତକୁ ଧରିବାକୁ ସ୍ବତନ୍ତ୍ର ଟିମ୍‌ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରିଛି।

crime

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe