ଚଣ୍ଡିଗଡ଼: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଅଷ୍ଟାଦଶ ସଂସ୍କରଣରେ କ୍ବାଲିଫାୟର-୧ ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦମଦାର ପ୍ରଦର୍ଶନ କରିବା ସହିତ ଫାଇନାଲରେ ପହଞ୍ଚିଛି। ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ୟାଦାବିନ୍ଦର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ଗୁରୁବାର ପଂଜାବ କିଙ୍ଗ୍ସକୁ ପରାସ୍ତ କରିଛି। ବେଙ୍ଗାଲୁରୁ ୧୦ ଓଭରରେ ୨ଟି ୱିକେଟ୍ ହରାଇ ୧୦୬ ରନ୍ ସଂଗ୍ରହ କରିଛି। ଫଳରେ ଏହି ମ୍ୟାଚ୍କୁ ୮ ୱିକେଟ୍ରେ ଜିତିବା ସହିତ ଫାଇନାଲରେ ପହଞ୍ଚିଛି। ବେଙ୍ଗାଲୁର ଟିମ୍ ୯ ବର୍ଷ ପରେ ଆଇପିଏଲ୍ ଫାଇନାଲରେ ପହଞ୍ଚିଛି।
ବେଙ୍ଗାଲୁରୁ ପାଇଁ ପ୍ରାରମ୍ଭିକ ବ୍ୟାଟର ଫିଲିପ୍ ସଲ୍ଟ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିଥିଲେ। ସେ ୨୭ଟି ବଲ୍ ସାମ୍ନା କରିଥିଲେ ଏବଂ ୬ଟି ଚୌକା ଓ ୩ଟି ଛକା ବଳରେ ଅପରାଜିତ ୫୬ ରନ୍ ସଂଗ୍ରହ କରିଥିଲେ। ବିରାଟ କୋହଲି ୧୨ ରନ୍ କରିଥିଲେ। ୧୨ଟି ବଲ୍ ଖେଳି ସେ ୨ଟି ଚୌକା ମାରିଥିଲେ। ମୟଙ୍କ ଅଗ୍ରୱାଲ ୧୯ ରନ୍ ଓ ଅଧିନାୟକ ରଜତ ପାଟିଦାର ଅପରାଜିତ ୧୫ ରନ୍ ସଂଗ୍ରହ କରିଥିଲେ।
ବେଙ୍ଗାଲୁରୁର ପ୍ରଭାବଶାଳୀ ବୋଲିଂ ଯୋଗୁଁ ପଂଜାବ ଟିମ୍ ୧୪.୧ ଓଭରରେ ସମସ୍ତ ୱିକେଟ୍ ହରାଇଥିଲା। ବେଙ୍ଗାଲୁର ପାଇଁ ସୂୟାଶ ଶର୍ମା ଓ ଜୋସ୍ ହେଜଲଉଡ୍ ସର୍ବାଧିକ ୩-୩ଟି ୱିକେଟ୍ ନେଇଥିଲେ।
ପଂଜାବ ପାଇଁ ପ୍ରିୟାଂଶ ଆର୍ଯ୍ୟ ଓ ପ୍ରଭସିମରନ ବ୍ୟାଟିଂ ଆରମ୍ଭ କରିଥିଲେ। ଉଭୟ ଖେଳାଳି ଭଲ ଆରମ୍ଭ କରିପାରି ନଥିଲେ। ପିୟାଂଶ ୭ ରନ୍ ଓ ପ୍ରଭସିମରନ ୧୮ ରନ୍ କରି ଆଉଟ୍ ହୋଇଥିଲେ। ସ୍କୋର ୯ ରନ୍ରେ ପଂଜାବକୁ ପ୍ରଥମ ଝଟକା ଲାଗିଥିଲା। ୨୭ ରନ୍ରେ ଦଳ ଦ୍ବିତୀୟ ୱିକେଟ୍ ହରାଇଥିଲା। ଯୁବ ବ୍ୟାଟର ତଥା ଅଧିନାୟକ ଶ୍ରେୟସ ଆୟର ମଧ୍ୟ କ୍ରିଜ୍ରେ ଅଧିକ ସମୟ ତିଷ୍ଠି ପାରିନଥିଲେ। ସେ ମାତ୍ର ୩ଟି ବଲ୍ ଖେଳି ୨ ରନ୍ ସଂଗ୍ରହ କରି ପାଭଲିଅନ ଫେରିଥିଲେ।
ପଂଜାବ ଟିମ୍ ସ୍କୋର ୫୦ ରନ୍ ବେଳକୁ ଆଗଧାଡ଼ିର ୫ ଜଣ ଖେଳାଳିଙ୍କୁ ହରାଇ ସାରିଥିଲା। ଏଥିରେ ଜୋସ୍ ଇଂଲିଂ (୪ ରନ୍) ଓ ନେହ୍ବାଲ ୱାଧୀରା (୮ରନ୍) ମଧ୍ୟ ସାମିଲ ଅଛନ୍ତି। ପଂଜାବ ପାଇଁ ମାର୍କସ ଷ୍ଟୋଇନିସ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିଥିଲେ। ସେ ୧୭ଟି ବଲ୍ ଖେଳି ୨ଟି ଚୌକା ଓ ୨ଟି ଛକା ସହାୟତାରେ ୨୬ ରନ୍ ସଂଗ୍ରହ କରିଥିଲେ। ସେହିପରି ଆଜମାତୁଲ୍ଲା ଓମାରଜଇ ୧୨ଟି ବଲ୍ ଖେଳି ୧୮ ରନ୍ ସଂଗ୍ରହ କରିଥିଲେ। ଅନ୍ୟ ଖେଳାଳିମାନଙ୍କର ପ୍ରଦର୍ଶନ ନୈରଶ୍ୟଜନକ ଥିଲା।
ବେଙ୍ଗାଲୁରୁ ପାଇଁ ସୂୟାଶ ଶର୍ମା ଓ ହେଜଲଉଡ ୩ଟି ଲେଖାଏଁ ୱିକେଟ୍ ନେଇଥିଲେ। ସୂୟାଶ ୩ ଓଭର ବୋଲିଂ କରିଥିଲେ। ସେ ୧୭ ରନ୍ ଖର୍ଚ୍ଚ କରିଥିଲେ। ସେହିପରି ହେଜଲଉଡ୍ ୩.୧ ଓଭର ବୋଲିଂ କରିଥିଲେ। ସେ ୨୧ ରନ୍ ଖର୍ଚ୍ଚ କରିଥିଲେ। ୟଶ ଦୟାଲଙ୍କୁ ୨ଟି ୱିକେଟ୍ ମିଳିଥିଲା ବେଳେ ଭୁବନେଶ୍ବର କୁମାର ଓ ରୋମାରିଓ ସିଫର୍ଡ ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ।
IPL
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/05/29/GlrRnCFq9fC3IbL3tStE.jpg)