ଭୁବନେଶ୍ୱର: ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପଣ୍ଡାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଖୁବ୍ ଶୀଘ୍ର ଦୋଷୀଙ୍କୁ ଖୋଜି ବାହାର କରାଯିବ ଓ ସେମାନଙ୍କ ଵିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଗତକାଲି ବ୍ରହ୍ମପୁରର ବରିଷ୍ଠ ଆଇନଜୀଵୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣାକୁ ଦୃଢ଼ ନିନ୍ଦା କରିବା ସହିତ ଘଟଣାରେ ସଂପୃକ୍ତ ଅପରାଧୀମାନଙ୍କୁ ଖୋଜି ବାହାର କରି ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ପୁଲିସ ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ। ଏଭଳି ଜଘନ୍ୟ ଓ ଅମାନୁଷିକ ଘଟଣାକୁ କୌଣସି ପରିସ୍ଥିତିରେ ମଧ୍ଯ ବରଦାସ୍ତ କରାଯିବ ନାହିଁ।