Naveen Pattnaik Photograph: (Sambad )
ଭୁବନେଶ୍ୱର: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା। ଏଥିରେ ବିଜେଡ଼ିର ହଜାର ହଜାର କର୍ମୀ ଶାନ୍ତିପୂର୍ଣ୍ଣ ଭାବରେ ଲୋୟର ପି ଏମ ଜି ଠାରେ ସୌମ୍ୟଶ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରତିବାଦ କରୁଥିବା ବେଳେ ସେମାନଙ୍କ ଉପରେ ପୁଲିସର ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡ଼ା ଭାଷା ରେ ନିନ୍ଦା କରିଛନ୍ତି।ଏଭଳି ଅତ୍ୟାଚାରକୁ ଶ୍ରୀ ପଟ୍ଟନାୟକ ବର୍ବରୋଚିତ ବୋଲି ବର୍ଣ୍ଣନା କରିଛନ୍ତି। ଏହି ଘଟଣାରେ ବହୁ ବିଜେଡ଼ି କର୍ମୀ ଓ ସାଧାରଣ ଲୋକ ଆହତ ହେବା ଖବରରେ ସେ ଉଦବେଗ ପ୍ରକାଶ କରିଛନ୍ତି।
ସୌମ୍ୟଶ୍ରୀ ବିଶିଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା। ଏଥିରେ ବିଜେଡ଼ିର ହଜାର ହଜାର କର୍ମୀ ଶାନ୍ତିପୂର୍ଣ୍ଣ ଭାବରେ ଲୋୟର ପି ଏମ ଜି ଠାରେ ସୌମ୍ୟଶ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରତିବାଦ କରୁଥିବା ବେଳେ ସେମାନଙ୍କ ଉପରେ ପୁଲିସର ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡ଼ା ଭାଷା ରେ ନିନ୍ଦା କରିଛନ୍ତି।ଏଭଳି ଅତ୍ୟାଚାରକୁ ଶ୍ରୀ ପଟ୍ଟନାୟକ ବର୍ବରୋଚିତ ବୋଲି ବର୍ଣ୍ଣନା କରିଛନ୍ତି। ଏହି ଘଟଣାରେ ବହୁ ବିଜେଡ଼ି କର୍ମୀ ଓ ସାଧାରଣ ଲୋକ ଆହତ ହେବା ଖବରରେ ସେ ଉଦବେଗ ପ୍ରକାଶ କରିଛନ୍ତି।
ପୁଲିସ ଆକ୍ରମଣରେ ଆହତ ସାଂସଦ ସୁଲତା ଦେଓ ,ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ ଓ ପ୍ରୀତିରଞ୍ଜନ ଘଡ଼ାଇଙ୍କ ସହ ଶ୍ରୀ ପଟ୍ଟନାୟକ ଫୋନ୍ ଯୋଗେ କଥା ହୋଇ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ଓ ଆଶୁ ଆରୋଗ୍ୟ କାମନା କରିଥିଲେ।
Follow Us