ଭୁବନେଶ୍ବର: ବାଲେଶ୍ବର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ମୃତା ଛାତ୍ରୀ ସୌମ୍ୟାଶ୍ରୀଙ୍କର ମୃତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି, ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅସହ୍ୟ ଦୁଃଖ ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବା ନିମନ୍ତେ ମୁଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ଆମ ସରକାର ପୀଡ଼ିତାଙ୍କ ପରିବାର ସହ ସର୍ବଦା ଠିଆ ହୋଇଛି । ଆମ ସରକାରଙ୍କ ତ୍ୱରିତ ପଦକ୍ଷେପ ତଥା ଏମ୍ସର ବିଶେଷଜ୍ଞ ଡାକ୍ତରଙ୍କ ଶତ ପ୍ରଚେଷ୍ଟା ସତ୍ତ୍ୱେ ମଧ୍ୟ ଏହି ମୂଲ୍ୟବାନ ଜୀବନ ରକ୍ଷା ହୋଇ ପାରିନାହିଁ । କିନ୍ତୁ ଏହି ମାମଲାରେ ସମସ୍ତ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ପ୍ରଦାନ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ପୀଡ଼ିତାଙ୍କ ପରିବାରକୁ ଆଶ୍ଵାସନା ପ୍ରଦାନ କରିଛନ୍ତି।
ସେ କହିଛନ୍ତି, ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅସହ୍ୟ ଦୁଃଖ ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବା ନିମନ୍ତେ ମୁଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ଆମ ସରକାର ପୀଡ଼ିତାଙ୍କ ପରିବାର ସହ ସର୍ବଦା ଠିଆ ହୋଇଛି । ଆମ ସରକାରଙ୍କ ତ୍ୱରିତ ପଦକ୍ଷେପ ତଥା ଏମ୍ସର ବିଶେଷଜ୍ଞ ଡାକ୍ତରଙ୍କ ଶତ ପ୍ରଚେଷ୍ଟା ସତ୍ତ୍ୱେ ମଧ୍ୟ ଏହି ମୂଲ୍ୟବାନ ଜୀବନ ରକ୍ଷା ହୋଇ ପାରିନାହିଁ । କିନ୍ତୁ ଏହି ମାମଲାରେ ସମସ୍ତ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ପ୍ରଦାନ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ପୀଡ଼ିତାଙ୍କ ପରିବାରକୁ ଆଶ୍ଵାସନା ପ୍ରଦାନ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/07/15/new-4-2025-07-15-08-54-31.jpg)