ଭୁବନେଶ୍ବର: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ମମତା ବାନାର୍ଜୀ ହିନ୍ଦୁ ଓ ଜଗନ୍ନାଥ ବିରୋଧୀ। ସେ ଦୀଘାରେ ଶ୍ରୀକ୍ଷେତ୍ରର ବିକଳ୍ପ ତିଆରି କରିବା ଲାଗି ହୀନ ପ୍ରୟାସ କରୁଛନ୍ତି। ଖାଲି ସେତିକି ନୁହେଁ ଭୋଟ୍ ହାତେଇବା ଲାଗି ସେ ବାଂଲାଦେଶୀଙ୍କୁ ଅନୁପ୍ରବେଶ ରୋକୁନାହାନ୍ତି, ବରଂ ପୁରାଉଛନ୍ତି। ସେ ଆହୁରି କହିଛନ୍ତି, ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ସ୍ବାଗତଯୋଗ୍ୟ, ମାତ୍ର ତାହା ଶ୍ରୀକ୍ଷେତ୍ର ନୁହେଁ। ଦୀଘାରେ ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣ କରାଯିବା ନେଇ ଏଭଳି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।

Advertisment

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ମମତା ବାନାର୍ଜୀ ହିନ୍ଦୁ ଓ ଜଗନ୍ନାଥ ବିରୋଧୀ। ସେ ଦୀଘାରେ ଶ୍ରୀକ୍ଷେତ୍ରର ବିକଳ୍ପ ତିଆରି କରିବା ଲାଗି ହୀନ ପ୍ରୟାସ କରୁଛନ୍ତି। ଖାଲି ସେତିକି ନୁହେଁ ଭୋଟ୍ ହାତେଇବା ଲାଗି ସେ ବାଂଲାଦେଶୀଙ୍କୁ ଅନୁପ୍ରବେଶ ରୋକୁନାହାନ୍ତି। ଦୀଘାରେ ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣ କରାଯିବା ନେଇ ଏଭଳି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।

ଉଲ୍ଲେଖଯୋଗ୍ୟ, ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲାର ଉପକୂଳବର୍ତ୍ତୀ ସହର ‘ଦୀଘା’ ଠାରେ ଜଗନ୍ନାଥ ମନ୍ଦିରକୁ ଧାମ କରାଯାଇଥିବା ନେଇ ଦେଖାଦେଇଥିବା ବିବାଦ ବଢ଼ିବାରେ ଲାଗିଛି। ଏହି ମନ୍ଦିରକୁ ପଶ୍ଚିମବଙ୍ଗ ସରକାର ଜଗନ୍ନାଥ ଧାମ ଘୋଷଣା କରିଥିବା ବେଳେ ସନାତନ ଧର୍ମ ଉପରେ ବିଶ୍ବାସ କରୁଥିବା ବ୍ୟକ୍ତି ବିଶେଷ ଓ ଜଗନ୍ନାଥପ୍ରେମୀଙ୍କ ମନରେ ଆଘାତ ଲାଗିଛି। ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମୁହଁ ଖୋଲିଛନ୍ତି।। ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ଜଗନ୍ନାଥ ଧାମ କରିପାରିବ ନାହିଁ। ଏଥି ପାଇଁ ଆମେ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ଲେଖିବୁ। ସେଠାରେ ଜଗନ୍ନାଥ ଧାମ କରିବାର କୌଣସି କାରଣ ନାହିଁ। ସେମାନେ ଜଗନ୍ନାଥ ଧାମ ବୋଲି କହିବାର କିଛି ଅଧିକାର ନାହିଁ। ପଶ୍ଚିମବଙ୍ଗ ରାଜନୈତିକ ଦୃଷ୍ଟିକୋଣରୁ କ’ଣ ଘଟୁଛି ତାହା ଭିନ୍ନ କଥା ହୋଇପାରେ। କିନ୍ତୁ ଆମ ସଂସ୍କୃତି, ଆମ ମନ୍ଦିର, ସୁରକ୍ଷା, ବ୍ୟବସ୍ଥା ସୁରକ୍ଷିତ ଅଛି ଓ ରହିବ। ସରକାରଙ୍କର ଯାହା ଦାୟିତ୍ଵ ସେ କଥା ତୁଲାଇବୁ।