ଭୁବନେଶ୍ବର: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଂଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଆଗାମୀ ୨୪ ଘଣ୍ଟା ଏହି ୪ଟି ଜିଲ୍ଲା ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି l ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଗୋଟିଏ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେବl ଏହା ପରେ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି ସହ ଆଗାମୀ ୪୮ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି।
ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କେନ୍ଦୁଝର, ମୟୂରଭଞ୍ଜକୁ ରେଡ଼ ଆଲର୍ଟ ଜାରି ହୋଇଛି। ଅତିପ୍ରବଳ ବର୍ଷା ସହ ବ୍ରଜପାତ ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼କୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଗାମୀ ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି ହୋଇଛି। ଏହି ସମୟ ମଧ୍ୟରେ ଅତିପ୍ରବଳ ବର୍ଷା ସହ ବ୍ରଜପାତ ନେଇ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପରାମର୍ଶ ଜାରି କରିଛି। ଏହା ସହ ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କୋରାପୁଟ, ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆସନ୍ତାକାଲି ପାଇଁ କେନ୍ଦୁଝର, ମୟୂରଭଞ୍ଜକୁ ରେଡ଼ ଆଲର୍ଟ ଜାରି ହୋଇଛି। ଅତିପ୍ରବଳ ବର୍ଷା ସହ ବ୍ରଜପାତ ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼କୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
IMD | Weather
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/07/24/new-project-22-1-2025-07-24-16-37-45.jpg)
