ସେପ୍ଟେମ୍ବର ୧ରୁ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ, ଏମିତି କରିବେ ‌ପଂଜୀକରଣ

ରାଜ୍ୟର ମହିଳାମାନଙ୍କ ପାଇଁ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ପାଇଁ ପ୍ରାୟତଃ ସମସ୍ତ ଜିଲ୍ଲାରେ ଆବେଦନ ଫର୍ମ ଉପଲବ୍ଧ ହୋଇସାରିଛି। ଯେଉଁଠି ଉପଲବ୍ଧ ହୋଇପାରି ନାହିଁ, ଖୁବ୍‌ ଶୀଘ୍ର ପହଞ୍ଚି ଯିବ ବୋଲି ରାଜ୍ୟ ସରକାର ଦୃଢ଼ୋକ୍ତିର ସହିତ କହିଛନ୍ତି।

Subhadra

ଭୁବନେଶ୍ବର: ରାଜ୍ୟର ମହିଳାମାନଙ୍କ ପାଇଁ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ପାଇଁ ପ୍ରାୟତଃ ସମସ୍ତ ଜିଲ୍ଲାରେ ଆବେଦନ ଫର୍ମ ଉପଲବ୍ଧ ହୋଇସାରିଛି। ଯେଉଁଠି ଉପଲବ୍ଧ ହୋଇପାରି ନାହିଁ, ଖୁବ୍‌ ଶୀଘ୍ର ପହଞ୍ଚି ଯିବ ବୋଲି ରାଜ୍ୟ ସରକାର ଦୃଢ଼ୋକ୍ତିର ସହିତ କହିଛନ୍ତି। ସେପ୍ଟେମ୍ବର ୧ ତାରିଖ ଠାରୁ ସୁଭଦ୍ରା ଯୋଜନାରେ ହିତାଧିକାରୀମାନଙ୍କର ନାମ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ। ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ହେବ ବୋଲି ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସୃଷ୍ଟ କରାଯାଇଛି।

ସୁଭଦ୍ରା ଯୋଜନା ପାଇଁ ମୋହନ ସରକାର କିଛି ଦିନ ପୂର୍ବରୁ ମାର୍ଗଦର୍ଶିକା ଜାରି କରିସାରିଛନ୍ତି। ସମସ୍ତ ଜିଲ୍ଲାକୁ ପର୍ଯ୍ୟାପ୍ତ ପରିମାଣର ଆବେଦନ ଫର୍ମ ପଠାଯାଇଛି। ଆଜି ୟୁଟ୍ୟୁବ୍ ଲାଇଭ୍ର ଉଦ୍‌ବୋଧନ ଦେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି।

ଏହି ଖବର ପଢ଼ନ୍ତୁ: ଜାରିହେଲା ‘ସୁଭଦ୍ରା’ ଯୋଜନାର ମାର୍ଗଦର୍ଶିକା

ଶ୍ରୀମତୀ ପରିଡ଼ା କହିଛନ୍ତି, ଉଭୟ ଅଫଲାଇନ୍ ଓ ଅନଲାଇନ ମାଧ୍ୟମରେ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀମାନେ ଆବେଦନ କରିପାରିବେ। ଗୋଟିଏ ପରିବାରର ଏକାଧିକ ମହିଳା ମଧ୍ୟ ଏହି ଯୋଜନାରେ ଲାଭ ପାଇବେ। ୫ ବର୍ଷରେ ୧୦ଟି କିସ୍ତିରେ ପ୍ରତ୍ୟେକ ହିତାଧିକାରୀଙ୍କୁ ୫୦ ହଜାର ଟଙ୍କା ମିଳିବ। ୨୧ରୁ ୬୦ ବର୍ଷର ମହିଳା ଏହି ଯୋଜନାର ଲାଭ ପାଇବେ। ଏହି ଯୋଜନା ଅଧୀନରେ ଓଡ଼ିଶାର ଏକ କୋଟିରୁ ଅଧ‌ିକ ମହିଳା ଉପକୃତ ହୋଇପାରିବେ।

ଜାଣନ୍ତୁ କେମିତି ମିଳିବ ଫର୍ମ ଓ କେଉଁଠି କରିବେ ଆବେଦନ

-ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ
- ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟରେ ମିଳିବ
-ମୋ ସେବା କେନ୍ଦ୍ର,ସାଧାରଣ ସେବା କେନ୍ଦ୍ରରେ ଉପଲବ୍ଧ ହେବ ଫର୍ମ
-ମୋ ସେବା ଓ ସାଧାରଣ ସେବା କେନ୍ଦ୍ରରେ ଫର୍ମ ଦାଖଲ ହୋଇପାରିବ
-ମୋ ସେବା କେନ୍ଦ୍ର କିମ୍ବା ସାଧାରଣ ସେବା କେନ୍ଦ୍ରରେ ଫର୍ମ ଦାଖଲ କରିବେ
-ଆବେଦନକାରୀ ଆବେଦନ ପାଇଁ ହିତାଧୁକାରୀଙ୍କ ପାଖରେ ଆଧାର କାର୍ଡ/ନମ୍ବର ଥ‌ିବା ଆବଶ୍ୟକ
-ଆଧାରକାର୍ଡ ସହିତ ଏକକ-ଧାରକ ବ୍ୟାଙ୍କ ଆକାଉଣ୍ଟ ସଂଯୋଗ ଜରୁରୀ
-ବ୍ୟାଙ୍କ ଆକାଉଣ୍ଟଟି ଚାଲୁଥିବା ଓ ସିଧାସଳଖ ଟଙ୍କା ସହାୟତା ପାଇଁ ସକ୍ଷମ ଥିବା ଆବଶ୍ୟକ
-ହିତାଧ୍ୟାକାରୀଙ୍କ ମୋବାଇଲ୍ ନମ୍ବରଟି ମଧ୍ୟ ଆଧାରକାର୍ଡ ସହ ଲିଙ୍କ୍ ଥ‌ିବା ଆବଶ୍ୟକ

ଏହି ଖବର ପଢ଼ନ୍ତୁ: ‘ସୁଭଦ୍ରା’ ପାଇଁ ‌ଜାରି ହେଲା ଟୋଲ୍ ଫ୍ରି ନମ୍ବର ୧୪୬୭୮

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe