ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ, ଘରୋଇ ହସ୍ପିଟାଲରେ ଚାଲିଛି ଚିକିତ୍ସା

ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦୀର୍ଘ ଚାରି ଦିନ ସେଠାରେ ଚିକିତ୍ସିତ ହେବା ପରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ପୁଣି ଅନ୍ୟ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ...

New Project (19)

କଟକ: ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଅସୁସ୍ଥ । କଟକ ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଅଭିଜିତ । ଅନେକ ଦିନରୁ ଲିଭର ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହୋଇ ଆସୁଥିଲେ । ନିଜର ଦୈନନ୍ଦୀନ କାମକୁ ଠିକ୍ ରୂପେ କରୁଥିବା ବେଳେ ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଗଣେଶ ପୂଜା ଏବଂ ଦଶହରାରେ ହେବାକୁ ଥିବା କାର୍ଯ୍ୟକ୍ରମ ପାଇଁ ସେ ବେଶ୍ ଉତ୍ସାହିତ ମଧ୍ଯ ଥିଲେ । 

ମାତ୍ର ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ପରିବାର ତଥା ଆତ୍ମୀୟମାନେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ଦୀର୍ଘ ଚାରି ଦିନ ସେଠାରେ ଚିକିତ୍ସିତ ହେବା ପରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଅନ୍ୟ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । 

ତେବେ ଅଭିଜିତ ମଜୁମଦାରଙ୍କ ଅସୁସ୍ଥତା ଖବର ସଙ୍ଗୀତ ଜଗତରେ ଖେଳିଯାଇଛି । ମିଳିଥିବା ସୂଚନା ଅନୁସାରେ ଅଭିଜିତ ମଜୁମଦାରଙ୍କ ଶରୀରରେ ପୋଟାସିୟମ କମି ଯିବାରୁ ସେ ଗୁରୁତର ହୋଇ ପଡିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe