ପୁରୀ: ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ। ଫେବ୍ରୁଆରି ୧୨ ଏବଂ ୧୩ ତାରିଖରେ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।
ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଥିଲା। ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିବ ବୋଲି କୁହାଯାଇଥିଲା।
ସୂଚନାଯୋଗ୍ୟ, ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଥିଲା। ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିବ ବୋଲି କୁହାଯାଇଥିଲା।
ଉଲ୍ଲେଖଯୋଗ୍ୟ ଏଏସ୍ଆଇ ପୁଣିଥରେ ଗତ ୨୭ ତାରିଖଠାରୁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ କରିଥିଲା। ଶ୍ରୀମନ୍ଦିର ପ୍ରଶାସନ ଚିଠିକ୍ରମେ ଗତ ଜାନୁଆରି ୨୬ ପର୍ଯ୍ୟନ୍ତ ଏଏସ୍ଆଇ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରଖିଥିଲା।
Follow Us