ଭୁବନେଶ୍ବର: ଓଡ଼ିଶାବାସୀଙ୍କୁ କେନ୍ଦ୍ର ସରକାର ଖୁବ୍ ଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା ସହ ଯୋଡ଼ିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନକ ପରେ ଅର୍ଥାତ ଆସନ୍ତା ୨୯ ତାରିଖରେ ଓଡ଼ିଶାର ଲୋକଙ୍କ ପାଇଁ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ମୋଦୀ ଭର୍ଚୁଆଲ ମାଧ୍ୟମରେ ଏହାର ଶୁଭାରମ୍ଭ କରିବେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ରାଜ୍ୟର ଗରିବ ଜନତାଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ) ଚାଲୁ ରହିଛି। ସାଧାରଣ ନିର୍ବାଚନ ବେଳେ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ମଧ୍ୟ କ୍ଷମତାକୁ ଆସିଲେ ରାଜ୍ୟରେ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଯୋଜନା ଲାଗୁ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।
ପ୍ରଧାନମନ୍ତ୍ରୀ ମୋଦୀ ଅକ୍ଟୋବର ୨୯ ତାରିଖରେ ଆୟୁଷ୍ମାନ ଭାରତ ଯୋଜନା ସମେତ ଓଡ଼ିଶାରେ ଅନ୍ୟ ପ୍ରକଳ୍ପର ଶୁଭାରମ୍ଭ କରିବେ। ଆୟୁର୍ବେଦିକ ଦିବସ ଅବସରରେ ସେ ଜଟଣୀରେ ଆୟୁର୍ବେଦ ଓ ନେଚରପାଥିର ବଡ଼ ହସ୍ପିଟାଲର ଉଦଘାଟନ କରିବେ। ଏହି ବୃହତ୍ ହସ୍ପିଟାଲ ୨୧ ଏକର ଜମିରେ ନିର୍ମାଣ ହୋଇଛି। ସେହିପରି ଗୋଠପାଟଣାରେ ସେଣ୍ଟ୍ରାଲ ଅକ୍ସ ଟେଷ୍ଟିଂ ୟୁନିଟ ହେବ। ବରଗଡ଼ରେ କ୍ରିଟିକାଲ ହେଲ୍ଥ କେୟାର ୟୁନିଟ ଉଦ୍ଘାଟନ ହେବ। ଓଡ଼ିଶା ସମେତ ଦେଶର ୭୦ ବର୍ଷରୁ ଅଧିକ ବୟସ୍କଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ।
ଏହି ଖବର ପଢ଼ନ୍ତୁ: ନଭେମ୍ବର ୧୫ରେ ପ୍ରଧାନମନ୍ତ୍ରୀଙ୍କ ରାଉରକେଲା ଗସ୍ତ
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2024/10/27/cN1kekuQ10WTgRpzKWHU.jpeg)