ଆସିଲା ବାତ୍ୟା ‘ଦାନା’ କ୍ଷୟକ୍ଷତି ରିପୋର୍ଟ, ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

Advertisment

ଆଜି ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା  ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି।

ଆଜି ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା  ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି।

sୈଯ

ଭୁବନେଶ୍ବର: ଆଜି ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା  ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି। ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲା ବେଶୀ କ୍ଷତିଗ୍ରସ୍ତ ହୋଇଛନ୍ତି। ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, କଟକ ବି ପ୍ରଭାବିତ ହୋଇଛି।

୧୪ ଜିଲ୍ଲାର ୧୩୧ ବ୍ଲକ ପ୍ରଭାବିତ ହୋଇଛି।୧୧, ୬୩୭ ଗାଁର ୪୧ ଲକ୍ଷ ଲୋକ ଏଥିରେ ପ୍ରଭାବିତ ହୋଇଛନ୍ତି।ମୋଟ ୧୬, ୪୧୭ ଘର ପ୍ରଭାବିତ ଓ ୨୭ ଘର ସଂପୂର୍ଣ୍ଣ କ୍ଷତିଗ୍ରସ୍ତ।୧୪, ୬୮୦ ଘର ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଛି।
ବିଭାଗୱାରୀ ହିସାବ ଭିତ୍ତିରେ ଶକ୍ତି ବିଭାଗ ବେଶୀ କ୍ଷତିଗ୍ରସ୍ତ। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ରକୃତ କ୍ଷୟକ୍ଷତି ସ୍ପଷ୍ଟ ହେବ। ରିପୋର୍ଟ ଆସିଲା ପରେ କ୍ଷତିଗ୍ରସ୍ତଙ୍କୁ ସହାୟତା ଦିଆଯିବ।

ସେ ଆହୁରି କହିଛନ୍ତି, ପଞ୍ଚାୟତିରାଜ ବିଭାଗ ଛଡ଼ା ଅନ୍ୟ ସବୁ ବିଭାଗରୁ ରିପୋର୍ଟ ଆସିଛି। ସଂଧ୍ୟା ସୁଦ୍ଧା ସବୁ ରିପୋର୍ଟ ମିଳିଲା ପରେ ଚୂଡ଼ାନ୍ତ ହିସାବ ହେବ। ମୋଟାମୋଟି ଭାବେ ୧୪ ଜିଲ୍ଲାର ୧୩୧ ବ୍ଲକ ପ୍ରଭାବିତ ହୋଇଛି।୧୧, ୬୩୭ ଗାଁର ୪୧ ଲକ୍ଷ ଲୋକ ଏଥିରେ ପ୍ରଭାବିତ ହୋଇଛନ୍ତି।ମୋଟ ୧୬, ୪୧୭ ଘର ପ୍ରଭାବିତ ଓ ୨୭ ଘର ସଂପୂର୍ଣ୍ଣ କ୍ଷତିଗ୍ରସ୍ତ।୧୪, ୬୮୦ ଘର ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଛି।
ବିଭାଗୱାରୀ ହିସାବ ଭିତ୍ତିରେ ଶକ୍ତି ବିଭାଗ ବେଶୀ କ୍ଷତିଗ୍ରସ୍ତ। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ରକୃତ କ୍ଷୟକ୍ଷତି ସ୍ପଷ୍ଟ ହେବ। ରିପୋର୍ଟ ଆସିଲା ପରେ କ୍ଷତିଗ୍ରସ୍ତଙ୍କୁ ସହାୟତା ଦିଆଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe